ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ଆସନ୍ତା ୪ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା

0

ଚିହ୍ନିତ ଲଘୁଚାପ ରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର: ଗତକାଲି କେନ୍ଦ୍ରୀୟ ତତ୍ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ରେ ଥିବା ଲଘୁଚାପ କ୍ଷେତ୍ର ଆଜି ଉତ୍ତର ପଶ୍ଚିମ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ରେ ଚିହ୍ନିତ ଲଘୁଚାପ ରେ ପରିଣତ ହୋଇଛି। ଏହି କ୍ଷେତ୍ର କ୍ରମଶଃ ଉତ୍ତର ଦିଗ ରେ ଗତି କରିବା ସହ ଆସନ୍ତା କାଲି ଡିପ୍ରେଶନ ର ରୂପ ନେବ ଓ ପରେ ପଶ୍ଚିମ – ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଦେଇ ଝାଡଖଣ୍ଡ, ଉତ୍ତର ଛତିଶଗଡ଼ ଆଡକୁ ଅଗ୍ରସର ହେବ।

ପ୍ରଭାବ ରେ ଆସନ୍ତା ୪ ଦିନ ଯାଏଁ ରାଜ୍ୟ ର ଅନେକ ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଉପକୂଳ ଓଡ଼ିଶା ରେ ଆସନ୍ତା ୩-୪ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଅନୁଗୋଳ, ଢ଼େଙ୍କାନାଳ, ବୌଦ୍ଧ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଜିଲ୍ଲା ର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ୦୮-୦୯ ତାରିଖ ରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, ଅନୁଗୋଳ , ଢେଙ୍କାନାଳ, ଝାରସୁଗୁଡ଼ା, ସମ୍ବଲପୁର, କଳାହାଣ୍ଡି , କନ୍ଧମାଳ, ରାୟଗଡ଼, କୋରାପୁଟ, ମାଲକାନଗିରି ଜିଲ୍ଲା ର କିଛି ଅଞ୍ଚଳ ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।
୧୦-୧୧ ତାରିଖ ରେ ଉତ୍ତର ଉପକୂଳ ଓଡ଼ିଶା ର ଅନେକ ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା , କେଉଁଝର, ସୁନ୍ଦରଗଡ଼, ମୟୂରଭଞ୍ଜ ଜିଲ୍ଲା ର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପୂର୍ବାନୁମାନ – ଅଧ୍ୟାପକ ସାର୍ଥକ ମିଶ୍ର

Leave A Reply

Your email address will not be published.