ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଆସନ୍ତା ୪ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା

0

ଚିହ୍ନିତ ଲଘୁଚାପ ରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର: ଗତକାଲି କେନ୍ଦ୍ରୀୟ ତତ୍ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ରେ ଥିବା ଲଘୁଚାପ କ୍ଷେତ୍ର ଆଜି ଉତ୍ତର ପଶ୍ଚିମ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ରେ ଚିହ୍ନିତ ଲଘୁଚାପ ରେ ପରିଣତ ହୋଇଛି। ଏହି କ୍ଷେତ୍ର କ୍ରମଶଃ ଉତ୍ତର ଦିଗ ରେ ଗତି କରିବା ସହ ଆସନ୍ତା କାଲି ଡିପ୍ରେଶନ ର ରୂପ ନେବ ଓ ପରେ ପଶ୍ଚିମ – ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଦେଇ ଝାଡଖଣ୍ଡ, ଉତ୍ତର ଛତିଶଗଡ଼ ଆଡକୁ ଅଗ୍ରସର ହେବ।

ପ୍ରଭାବ ରେ ଆସନ୍ତା ୪ ଦିନ ଯାଏଁ ରାଜ୍ୟ ର ଅନେକ ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଉପକୂଳ ଓଡ଼ିଶା ରେ ଆସନ୍ତା ୩-୪ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଅନୁଗୋଳ, ଢ଼େଙ୍କାନାଳ, ବୌଦ୍ଧ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଜିଲ୍ଲା ର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ୦୮-୦୯ ତାରିଖ ରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, ଅନୁଗୋଳ , ଢେଙ୍କାନାଳ, ଝାରସୁଗୁଡ଼ା, ସମ୍ବଲପୁର, କଳାହାଣ୍ଡି , କନ୍ଧମାଳ, ରାୟଗଡ଼, କୋରାପୁଟ, ମାଲକାନଗିରି ଜିଲ୍ଲା ର କିଛି ଅଞ୍ଚଳ ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।
୧୦-୧୧ ତାରିଖ ରେ ଉତ୍ତର ଉପକୂଳ ଓଡ଼ିଶା ର ଅନେକ ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା , କେଉଁଝର, ସୁନ୍ଦରଗଡ଼, ମୟୂରଭଞ୍ଜ ଜିଲ୍ଲା ର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପୂର୍ବାନୁମାନ – ଅଧ୍ୟାପକ ସାର୍ଥକ ମିଶ୍ର

Leave A Reply

Your email address will not be published.