ପ୍ରମୁଖ ଖବର

ପୁତୁରାଙ୍କୁ ପୁଣି ବିଦା କଲେ ମାୟାବତୀ, ଦଳର ଜାତୀୟ ସଂଯୋଜକ ପଦବିରୁ ବିଦା ହେଲେ ଆକାଶ ଆନନ୍ଦ
ରୋହିତ ଶର୍ମାଙ୍କୁ ‘ମୋଟା’ କହି ଫସିଲେ କଂଗ୍ରେସ ନେତ୍ରୀ ଶମା ମହମ୍ମଦ
ଜଙ୍ଘରେ ଜଗନ୍ନାଥଙ୍କ ଟାଟୁ କରି କ୍ଷମା ମାଗିଲେ ବିଦେଶିନୀ ଓ ଷ୍ଟୁଡିଓ ମାଲିକ
ଗିରଫ ହେଲେ ଆଇଆଇଟି ବାବା ଅଭୟ ସିଂ,ପାଖରୁ ମିଳିଲା ଗଞ୍ଜେଇ
ମୁଖ୍ୟମନ୍ତ୍ରୀଙ୍କ ନୂଆ ଓଏସଡି ହେଲେ କୌଶିକ ପଟ୍ଟନାୟକ
ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ପାଇଁ ଆସିବ ଗାଇଡ୍‌ଲାଇନ
ହାଇଓ୍ୱେ କଡରେ ରହିବନି ମଦ ଦୋକାନ । ଇ-ରିକ୍ସା ଡ୍ରାଇଭରଙ୍କ ଯାଞ୍ଚ ଜରୁରୀ । ଯୋଗୀ ଜାରି କଲେ ନୂଆ ଆଦେଶ
ଅନାସ୍ଥାଭୋଟରେ ପଦ ହରାଇଲେ ଝାରସୁଗୁଡ଼ା ବ୍ରଜରାଜନଗର ପୌରାଧ୍ୟକ୍ଷା
ଅଙ୍ଗନବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡା ଦାମ ୫ ଟଙ୍କାରୁ ୭ ଟଙ୍କାକୁ ବୃଦ୍ଧି ହୋଇଛି

ବିଜେଡି ନେତାଙ୍କ ଦଳ ଛାଡ଼ିବା ନେଇ କଣ କହିଲେ ସାଂସଦ ମମତା

0

ଭୁବନେଶ୍ବର: ସୁଜିତ କୁମାର ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେବାର କିଛି ସମୟ ପରେ ବିଜେପିରେ ମିଶିଛନ୍ତି। ଏହାକୁ ନେଇ ଆଜି କଡ଼ା ପ୍ରତିକ୍ରିୟା ଦେଇଛନ୍ତି ରାଜ୍ୟସଭା ସାଂସଦ ମମତା ମହାନ୍ତ। ବିଜେଡି ନେତାଙ୍କ ଦଳ ଛାଡ଼ିବା ନେଇ ସାଂସଦ ମମତା ମହାନ୍ତ କହିଛନ୍ତି ଯେ, ବିଜେଡିର ବହୁ ନେତା ଓ କର୍ମୀ ଅସନ୍ତୁଷ୍ଟ ଅଛନ୍ତି । ହୁଏତ ସେମାନେ ମଧ୍ୟ ଦଳ ଛାଡି ଆସିପାରନ୍ତି ବୋଲି କହିଛନ୍ତି ସାଂସଦ ମମୟା ମହାନ୍ତ । ବିଜେଡିର ଅଧିକାଂଶ ନେତା ଓ କର୍ମୀ ଏକଛତ୍ରବାଦ ଶାସନରେ ଅସନ୍ତୁଷ୍ଟ ହୋଇଗଲେଣି । ମୟୂରଭଞ୍ଜ ଜିଲ୍ଲାରେ ୮୦ ପ୍ରତିଶତ ବିଜେଡି କର୍ମୀ ଏବେ ଅସନ୍ତୁଷ୍ଟ ଅଛନ୍ତି ବୋଲି କହିଛନ୍ତି ମମତା । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଯେଉଁମାନେ ଦଳ ପ୍ରତିଷ୍ଠା କରିଥିଲେ, ଆଜି ସେମାନେ ଦଳରେ ନାହାନ୍ତି । ସେମାନଙ୍କୁ ଦଳରେ ଅଣଦେଖା କରାଗଲା । ମୋ ପରେ ସୁଜିତ କୁମାର ଦଳ ଛାଡ଼ିଲେ, ହୁଏତ ଆଗକୁ ଅନେକ ଆସିପାରନ୍ତି ବୋଲି କହିଛନ୍ତି ସାଂସଦ ମମତା ମହାନ୍ତ ।

ସୂଚନାଯୋଗ୍ୟ ଯେ, ଗତକାଲି ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଥିଲେ ସୁଜିତ କୁମାର। ୨୦୨୦ରେ ବିଜେଡି ପକ୍ଷରୁ ରାଜ୍ୟସଭାକୁ ଯାଇଥିବା ସୁଜିତ କୁମାର ଗତକାଲି ନିଜ ଇସ୍ତଫା ପତ୍ର ରାଜ୍ୟସଭା ଅଧ୍ୟକ୍ଷଙ୍କ ନିକଟକୁ ପଠାଇଥିଲେ। ୨୦୨୬ରେ ତାଙ୍କ କାର୍ଯ୍ୟକାଳ ସରିବାକୁ ଥିବାବେଳେ ୨ ବର୍ଷ ପୂର୍ବରୁ ସେ ଇସ୍ତଫା ଦେଇଥିଲେ। ଅପରପକ୍ଷେ, ସୁଜିତ କୁମାରଙ୍କୁ ଦଳରୁ ବହିଷ୍କାର କରାଯାଇଥିଲା । ଦଳର ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କରିଥିଲେ। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବିଜେଡିରୁ ବହିଷ୍କାର କରାଯାଇଥିବା ସୂଚନା ମିଳିଥିଲା।

Leave A Reply

Your email address will not be published.