ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି

ଚାଷୀଙ୍କୁ ମିଳିବ ସିଏମ କିଷାନର ପ୍ରଥମ କିସ୍ତି

0

ସମ୍ବଲପୁର: ନୂଆଁଖାଇରେ ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି। ନୂଆଁଖାଇରୁ ଆରମ୍ଭ ହେବାକୁ ଯାଉଛି ସିଏମ କିଷାନ ଯୋଜନା। ଏହି ଯୋଜନାରେ ଚାଷୀ ୪ ହଜାର ଟଙ୍କାର ଆର୍ଥିକ ସହାୟତା ପାଇବେ। ଖରିଫ ଓ ରବି ଋତୁ ପୂର୍ବରୁ ଯୋଗ୍ୟ ହିତାଧିକାରୀଙ୍କୁ ଦୁଇଟି କିସ୍ତିରେ ଏହି ଟଙ୍କା ମିଳିବ। ଏ ନେଇ ରାଜ୍ୟ କୃଷି ବିଭାଗ ପକ୍ଷରୁ ସୋସିଆଲ ମିଡିଆରେ ସୂଚନା ଦିଆଯାଇଛି। ସମ୍ବଲପୁରରେ ସିଏମ୍ କିଷାନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଯୋଜନା ଦ୍ଵାରା ଉପକୃତ ହେବେ ରାଜ୍ୟର ୪୬ ଲକ୍ଷରୁ ଅଧିକ ଚାଷୀ।

ଆଜି ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗସ୍ତ ବେଳେ ପ୍ରଥମେ ମା’ ସମଲେଶ୍ୱରୀଙ୍କୁ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ । ଏହାପରେ ଏକାଧିକ ନୂଆଖାଇ ଭେଟଘାଟ କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ। ସେତେବେଳେ ଏହି ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ। ଏହାପରେ ବୁର୍ଲା ଅଶୋକ ନିବାସରେ ରାତ୍ରୀଯାପନ କରି ଆସନ୍ତାକାଲି ସକାଳେ ଭୁବନେଶ୍ୱର ଫେରିବେ ମୁଖ୍ୟମନ୍ତ୍ରୀ।

ସିଏମ୍‌ କିସାନ ଯୋଜନାରେ ବର୍ଷକୁ ୪ ହଜାର ଟଙ୍କା ଦୁଇଟି କିସ୍ତିରେ ମିଳିବ। ପ୍ରଥମ କିସ୍ତି ଆଜି ମିଳିବା ବେଳେ ଦ୍ବିତୀୟ କିସ୍ତି ଅକ୍ଷୟ ତୃତୀୟାରେ ମିଳିବ। ଯେଉଁ ଭୂମିହୀନ ଚାଷୀମାନେ ପିଏମ୍ କିଷାନ ଯୋଜନାରେ ଅନ୍ତର୍ଭୁକ୍ତ ହୋଇନାହାନ୍ତି ସେମାନେ ସିଏମ୍ କିଷାନ ଯୋଜନାର ଲାଭ ପାଇବେ। ତେବେ ଭୂମିହୀନ ଚାଷୀଙ୍କୁ ୩ଟି କିସ୍ତିରେ ୧୨,୫୦୦ ଟଙ୍କା ମିଳିବ।

Leave A Reply

Your email address will not be published.