ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଚାଷୀଙ୍କୁ ମିଳିବ ସିଏମ କିଷାନର ପ୍ରଥମ କିସ୍ତି

0

ସମ୍ବଲପୁର: ନୂଆଁଖାଇରେ ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି। ନୂଆଁଖାଇରୁ ଆରମ୍ଭ ହେବାକୁ ଯାଉଛି ସିଏମ କିଷାନ ଯୋଜନା। ଏହି ଯୋଜନାରେ ଚାଷୀ ୪ ହଜାର ଟଙ୍କାର ଆର୍ଥିକ ସହାୟତା ପାଇବେ। ଖରିଫ ଓ ରବି ଋତୁ ପୂର୍ବରୁ ଯୋଗ୍ୟ ହିତାଧିକାରୀଙ୍କୁ ଦୁଇଟି କିସ୍ତିରେ ଏହି ଟଙ୍କା ମିଳିବ। ଏ ନେଇ ରାଜ୍ୟ କୃଷି ବିଭାଗ ପକ୍ଷରୁ ସୋସିଆଲ ମିଡିଆରେ ସୂଚନା ଦିଆଯାଇଛି। ସମ୍ବଲପୁରରେ ସିଏମ୍ କିଷାନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଯୋଜନା ଦ୍ଵାରା ଉପକୃତ ହେବେ ରାଜ୍ୟର ୪୬ ଲକ୍ଷରୁ ଅଧିକ ଚାଷୀ।

ଆଜି ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗସ୍ତ ବେଳେ ପ୍ରଥମେ ମା’ ସମଲେଶ୍ୱରୀଙ୍କୁ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ । ଏହାପରେ ଏକାଧିକ ନୂଆଖାଇ ଭେଟଘାଟ କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ। ସେତେବେଳେ ଏହି ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ। ଏହାପରେ ବୁର୍ଲା ଅଶୋକ ନିବାସରେ ରାତ୍ରୀଯାପନ କରି ଆସନ୍ତାକାଲି ସକାଳେ ଭୁବନେଶ୍ୱର ଫେରିବେ ମୁଖ୍ୟମନ୍ତ୍ରୀ।

ସିଏମ୍‌ କିସାନ ଯୋଜନାରେ ବର୍ଷକୁ ୪ ହଜାର ଟଙ୍କା ଦୁଇଟି କିସ୍ତିରେ ମିଳିବ। ପ୍ରଥମ କିସ୍ତି ଆଜି ମିଳିବା ବେଳେ ଦ୍ବିତୀୟ କିସ୍ତି ଅକ୍ଷୟ ତୃତୀୟାରେ ମିଳିବ। ଯେଉଁ ଭୂମିହୀନ ଚାଷୀମାନେ ପିଏମ୍ କିଷାନ ଯୋଜନାରେ ଅନ୍ତର୍ଭୁକ୍ତ ହୋଇନାହାନ୍ତି ସେମାନେ ସିଏମ୍ କିଷାନ ଯୋଜନାର ଲାଭ ପାଇବେ। ତେବେ ଭୂମିହୀନ ଚାଷୀଙ୍କୁ ୩ଟି କିସ୍ତିରେ ୧୨,୫୦୦ ଟଙ୍କା ମିଳିବ।

Leave A Reply

Your email address will not be published.