ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ରାଜ୍ୟରେ ହେବ ଦ୍ୱିତୀୟ ଏମ୍ସ

0

ସମ୍ବଲପୁର: ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି। ରାଜ୍ୟରେ ହେବାକୁ ଯାଉଛି ଦ୍ୱିତୀୟ ଏମ୍ସ। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସିଏମ କିଷାନ ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର ଏମ୍ସ ସମ୍ବଲପୁରରେ ହେବାକୁ ଯାଉଛି। ରାଜ୍ୟ ସରକାର ଏନେଇ କେନ୍ଦ୍ର ନିକଟରେ ଦାବି ରଖି ସାରିଛନ୍ତି। ଆଗାମୀ ଦିନରେ ଏହା ସମ୍ବଲପୁରରେ ହେବାକୁ ଯାଉଛି।

ତେବେ କିଛିଦିନ ପୂର୍ବରୁ ସାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ବିଧାନସଭାରେ ମଧ୍ୟ ଏହି ସୂଚନା ଦେଇଥିଲେ। ସେ କହିଥିଲେ, ରାଜ୍ୟରେ ଦ୍ବିତୀୟ ଏମ୍ସ ହସ୍ପିଟାଲ ସମ୍ବଲପୁରରେ ହେବ। ପୂର୍ବରୁ ପ୍ରଚାର ସମୟରେ ମଧ୍ୟ ସମ୍ବଲପୁର ଏମପି ତଥା କେନ୍ଦ୍ର ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ କହିଥିଲେ, ରାଜ୍ୟରେ ଭାଜପା ସରକାର ଆସିଲେ ଓଡିଶାର ଦ୍ବିତୀୟ ଏମ୍ସ ସମ୍ବଲପୁର ଖୋଲିବ।

Leave A Reply

Your email address will not be published.