ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ରାଜ୍ୟରେ ହେବ ଦ୍ୱିତୀୟ ଏମ୍ସ

0

ସମ୍ବଲପୁର: ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି। ରାଜ୍ୟରେ ହେବାକୁ ଯାଉଛି ଦ୍ୱିତୀୟ ଏମ୍ସ। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସିଏମ କିଷାନ ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର ଏମ୍ସ ସମ୍ବଲପୁରରେ ହେବାକୁ ଯାଉଛି। ରାଜ୍ୟ ସରକାର ଏନେଇ କେନ୍ଦ୍ର ନିକଟରେ ଦାବି ରଖି ସାରିଛନ୍ତି। ଆଗାମୀ ଦିନରେ ଏହା ସମ୍ବଲପୁରରେ ହେବାକୁ ଯାଉଛି।

ତେବେ କିଛିଦିନ ପୂର୍ବରୁ ସାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ବିଧାନସଭାରେ ମଧ୍ୟ ଏହି ସୂଚନା ଦେଇଥିଲେ। ସେ କହିଥିଲେ, ରାଜ୍ୟରେ ଦ୍ବିତୀୟ ଏମ୍ସ ହସ୍ପିଟାଲ ସମ୍ବଲପୁରରେ ହେବ। ପୂର୍ବରୁ ପ୍ରଚାର ସମୟରେ ମଧ୍ୟ ସମ୍ବଲପୁର ଏମପି ତଥା କେନ୍ଦ୍ର ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ କହିଥିଲେ, ରାଜ୍ୟରେ ଭାଜପା ସରକାର ଆସିଲେ ଓଡିଶାର ଦ୍ବିତୀୟ ଏମ୍ସ ସମ୍ବଲପୁର ଖୋଲିବ।

Leave A Reply

Your email address will not be published.