ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଭଙ୍ଗାଯିବ ଦିଲ୍ଲୀରେ ଥିବା ଓଡ଼ିଶା ଭବନ

0

ଭୁବନେଶ୍ବର: ଭଙ୍ଗାହେବ ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ। ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ ଭାଙ୍ଗିବାକୁ ରାଜ୍ୟ ସରକାର ଦେଲେ ନିର୍ଦ୍ଦେଶ। ଓଡ଼ିଶା ଭବନରେ ରହିବା ଅସୁରକ୍ଷିତ ଯୋଗୁଁ ଭଙ୍ଗିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର।

ସୂଚନା ଅନୁସାରେ ଦିଲ୍ଲୀ ସ୍ଥିତ ଓଡ଼ିଶାର ୩ଟି ଭବନ ଓଡ଼ିଶା ନିବାସ, ଓଡ଼ିଶା ସଦନ ଏବଂ ଓଡ଼ିଶା ଭବନର ଯାଞ୍ଚ କରାଯାଇଥିଲା। ଯାଞ୍ଚ ପରେ ଓଡ଼ିଶା ଭବନ ଦୀର୍ଘ ସମୟ ବ୍ୟବହାର ପାଇଁ ଅସୁରକ୍ଷିତ ବୋଲି ସ୍ପଷ୍ଟ ହୋଇଥିଲା। ଏହାକୁ ୨ରୁ ୩ ବର୍ଷ ମଧ୍ୟରେ ଭାଙ୍ଗିବାକୁ ୨୦୨୨ ଏପ୍ରିଲ ୧୯ ତାରିଖରେ ରିପୋର୍ଟ ଦିଆଯାଇଥିଲା ।

୨୦୨୪ ଅଗଷ୍ଟ ୨୮ ତାରିଖରେ ଆଉ ଏକ ଚିଠି କରାଯାଇଥିଲା। ଯେଉଁଥିରେ ଦର୍ଶାଯାଇଥିଲା, ମରାମତି ପରେ ବି ଓଡ଼ିଶା ଭବନ ବ୍ୟବହାର ଉପଯୋଗୀ ନୁହେଁ। ଏନେଇ ପୂର୍ତ୍ତ ବିଭାଗର ମୁଖ୍ୟଯନ୍ତ୍ରୀ ତଥା ଅତିରିକ୍ତ ସଚିବ ଚିଠି କରିଥିଲେ। ତେବେ ଏହି ଯାଞ୍ଚ ପରେ ଓଡ଼ିଶା ଭବନ ଅସୁରକ୍ଷିତ ବୋଲି ସ୍ପଷ୍ଟ ହୋଇଥିଲା। ଏହା ରିପୋର୍ଟକୁ ବିଚାର କରିବା ପରେ ଓଡ଼ିଶା ଭବନକୁ ଭାଙ୍ଗିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର।

Leave A Reply

Your email address will not be published.