ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ଭଙ୍ଗାଯିବ ଦିଲ୍ଲୀରେ ଥିବା ଓଡ଼ିଶା ଭବନ

0

ଭୁବନେଶ୍ବର: ଭଙ୍ଗାହେବ ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ। ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ ଭାଙ୍ଗିବାକୁ ରାଜ୍ୟ ସରକାର ଦେଲେ ନିର୍ଦ୍ଦେଶ। ଓଡ଼ିଶା ଭବନରେ ରହିବା ଅସୁରକ୍ଷିତ ଯୋଗୁଁ ଭଙ୍ଗିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର।

ସୂଚନା ଅନୁସାରେ ଦିଲ୍ଲୀ ସ୍ଥିତ ଓଡ଼ିଶାର ୩ଟି ଭବନ ଓଡ଼ିଶା ନିବାସ, ଓଡ଼ିଶା ସଦନ ଏବଂ ଓଡ଼ିଶା ଭବନର ଯାଞ୍ଚ କରାଯାଇଥିଲା। ଯାଞ୍ଚ ପରେ ଓଡ଼ିଶା ଭବନ ଦୀର୍ଘ ସମୟ ବ୍ୟବହାର ପାଇଁ ଅସୁରକ୍ଷିତ ବୋଲି ସ୍ପଷ୍ଟ ହୋଇଥିଲା। ଏହାକୁ ୨ରୁ ୩ ବର୍ଷ ମଧ୍ୟରେ ଭାଙ୍ଗିବାକୁ ୨୦୨୨ ଏପ୍ରିଲ ୧୯ ତାରିଖରେ ରିପୋର୍ଟ ଦିଆଯାଇଥିଲା ।

୨୦୨୪ ଅଗଷ୍ଟ ୨୮ ତାରିଖରେ ଆଉ ଏକ ଚିଠି କରାଯାଇଥିଲା। ଯେଉଁଥିରେ ଦର୍ଶାଯାଇଥିଲା, ମରାମତି ପରେ ବି ଓଡ଼ିଶା ଭବନ ବ୍ୟବହାର ଉପଯୋଗୀ ନୁହେଁ। ଏନେଇ ପୂର୍ତ୍ତ ବିଭାଗର ମୁଖ୍ୟଯନ୍ତ୍ରୀ ତଥା ଅତିରିକ୍ତ ସଚିବ ଚିଠି କରିଥିଲେ। ତେବେ ଏହି ଯାଞ୍ଚ ପରେ ଓଡ଼ିଶା ଭବନ ଅସୁରକ୍ଷିତ ବୋଲି ସ୍ପଷ୍ଟ ହୋଇଥିଲା। ଏହା ରିପୋର୍ଟକୁ ବିଚାର କରିବା ପରେ ଓଡ଼ିଶା ଭବନକୁ ଭାଙ୍ଗିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର।

Leave A Reply

Your email address will not be published.