ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ନ ଲାଗିଲେ ବାତିଲ ହେବ ପରୀକ୍ଷା

0

ଭୁବନେଶ୍ବର: ଫାଇନାଲ ପରୀକ୍ଷା ପାଇଁ ହାତରେ ଆଉ ୪ ମାସ ବାକି ରହିଛି। ଫାଇନାଲ ପରୀକ୍ଷା ପୂର୍ବରୁ ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଚିଠି ଲେଖିଛି। ଏଥିସହ ପୂର୍ବରୁ ପରୀକ୍ଷା କେନ୍ଦ୍ର ଗୁଡ଼ିକରେ ଲାଗିଥିବା ସିସିଟିଭି ସବୁ କିଭଳି କାର୍ଯ୍ୟକ୍ଷମ ହେଉଛି ତା’ ରିପୋର୍ଟ ମଧ୍ୟ ଦେବାକୁ ମଧ୍ୟ ଚିଠିରେ ଉଲ୍ଲେଖ କରାଯାଇଛି।

୨୦୨୫ରେ ହେବାକୁ ଥିବା ଯୁକ୍ତ ଦୁଇ ପ୍ରାକ୍ଟିକାଲ ଓ ଥିଓରୀ ପରୀକ୍ଷା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଥିବା ବେଳେ ଫାଇନାଲ ପରୀକ୍ଷା ପାଇଁ ହାତରେ ଆଉ ୪ ମାସ ବାକି ରହିଛି। ତା’ପୂର୍ବରୁ ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ ପରିଷଦ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ପରୀକ୍ଷା ସ୍ୱଚ୍ଛ ଓ ସହଜ କରିବାକୁ ପରିଚାଳନା ହବ, ସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟଙ୍କ ଅଫିସ, ଏକଜାମ ହଲ ସହ ସେଲ୍ଫ ଫାଇନାଲିଂ କଲେଜର ସମସ୍ତ ଲାବରେଟୋରିରେ ମଧ୍ୟ ସିସିଟିଭି ଲଗାଇବାକୁ ବାଧ୍ୟତାମୂଳକ କରାଯାଇଛି। ଯେଉଁ ଶିକ୍ଷାନୁଷ୍ଠାନ ଧାର୍ଯ୍ୟ ସମୟରେ ନିର୍ଦ୍ଦେଶ ଅନୁପାଳନ ନ କରିବେ ସେଠି ଉଭୟ ଥିଓରୀ ଓ ପ୍ରାକ୍ଟିକାଲ ପରୀକ୍ଷା ବାତିଲ କରାଯିବା ସହ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାରଙ୍କୁ ସୁପାରିଶ କରାଯିବାକୁ ନିଷ୍ପତ୍ତି ହୋଇଛି।

Leave A Reply

Your email address will not be published.