ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ଓଡ଼ିଶାରେ ଚାଲିବ ଆଉ ୩ ନୂଆ ବନ୍ଦେ ଭାରତ ଟ୍ରେନ

0

ଭୁବନେଶ୍ବର: ଓଡ଼ିଶାରେ ଚାଲିବ ୩ ନୂଆ ବନ୍ଦେ ଭାରତ ଟ୍ରେନ। ଏଥିପାଇଁ ପୂର୍ବତଟ ରେଳବାଇର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ ୧୫ରେ ବନ୍ଦେ ଭାରତ ଟ୍ରେନ ଶୁଭାରମ୍ଭ ସମାରୋହରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କରିଛନ୍ତି।

କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କୁ ଏଥିନିମନ୍ତେ ସ୍ୱତନ୍ତ୍ର ନିମନ୍ତ୍ରଣ ପତ୍ର ଓ ଚିଠି ମାଧ୍ୟମରେ ଅନୁରୋଧ କରିଛନ୍ତି। ଚଳିତ ମାସ ୧୫ ତାରିଖରେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଦେଶରେ ୧୦ଟି ନୂତନ ବନ୍ଦେ ଭାରତ ଟ୍ରେନ ଚଳାଚଳର ଶୁଭାରମ୍ଭ ହେଉଛି। ତନ୍ମଧ୍ୟରୁ ଓଡିଶା ମଧ୍ୟରେ ୩ଟି ଟ୍ରେନ ଚଳାଚଳ କରିବ।

ସୂଚନାଯୋଗ୍ୟ ଯେ ବର୍ତ୍ତମାନ ଓଡିଶା ମଧ୍ୟରେ ୩ଟି ବନ୍ଦେ ଭାରତ ଟ୍ରେନ ଚଳାଚଳ କରୁଛି। ନୂତନ ୩ଟି ଟ୍ରେନ ମିଶିଲେ ସମୁଦାୟ ୬ଟି ବନ୍ଦେ ଭାରତ ଟ୍ରେନ ଓଡିଶାବାସୀଙ୍କୁ ସେବା ଯୋଗାଇବ। ନୂତନ ଟ୍ରେନ ଗୁଡିକ ହେଲା ଟାଟା-ବ୍ରହ୍ମପୁର ବନ୍ଦେ ଭାରତ, ରାଉରକେଲା-ହାୱଡା ବନ୍ଦେ ଭାରତ ଏବଂ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ।

କେନ୍ଦ୍ର ରେଳମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ବ୍ରହ୍ମପୁର ଷ୍ଟେସନଠାରେ ଅନୁଷ୍ଠିତ ହେଉଥିବା କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଛନ୍ତି। ଚଳିତ ବର୍ଷ ବଜେଟରେ ଓଡିଶା ରେଳ ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ରେକର୍ଡ ୧୦,୫୮୬ କୋଟି ଟଙ୍କା କେନ୍ଦ୍ର ସରକାର ଯୋଗେଇ ଦେଇଛନ୍ତି। ବର୍ତ୍ତମାନ ରାଜ୍ୟରେ ୫୪,୪୩୪କୋଟି ଟଙ୍କାର ରେଳ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟ ଜାରି ରହିଛି। ତେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରେଳ ମନ୍ତ୍ରୀଙ୍କୁ ଏହି ନିମନ୍ତ୍ରଣ ପାଇଁ ଧନ୍ୟବାଦ ଜଣାଇଛନ୍ତି।

Leave A Reply

Your email address will not be published.