ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ମାଛକୁଣ୍ଡ ପାୱାର ହାଉସରେ ପଶିଲା ବନ୍ୟା ଜଳ

0

କୋରାପୁଟ: କୋରାପୁଟ ଜିଲ୍ଲା ଲମତାପୁଟରେ ଥିବା ମାଛକୁଣ୍ଡ ପାୱାର ହାଉସରେ ପଶିଲା ବନ୍ୟା ଜଳ। ଫଳରେ ବିଦ୍ୟୁତ ଉତ୍ପାଦନ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଯାଇଛି। ଏନେଇ ପାଓ୍ବାର ହାଉସର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

କର୍ତ୍ତୃପକ୍ଷଙ୍କ ସୂଚନା ଅନୁସାରେ, ମାଛକୁଣ୍ଡ ପାୱାର ହାଉସରେ ୨ ନମ୍ବର ୟୁନିଟ୍ ଭିତରେ ବନ୍ୟା ଜଳ ପ୍ରବେଶ କରିଛି କର୍ମଚାରୀମାନଙ୍କ ଦ୍ୱାରା ବନ୍ୟା ଜଳ ବାହାର କରିବାକୁ ଉଦ୍ୟମ ଚାଲିଛି । ପାଇପ୍ ଲଗାଇ ପାଣି ବାହାର କରିବାକୁ ଚେଷ୍ଟା କରାଯାଉଛି।

ତେବେ ମାଛକୁଣ୍ଡ ପାୱାର ହାଉସରୁ ଦୈନିକ ୮୦ ମେଗାୱଟ୍ ବିଦ୍ୟୁତ ଉତ୍ପାଦନ ହୁଏ। ଏହା ଆଜି ବନ୍ଦ ହେବା ପରେ ବିଦ୍ୟୁତ୍ ସେବା ପ୍ରଭାବିତ ହେବା ଆଶଙ୍କା ଦେଖାଦେଇଛି। ଲଗାଣ ବର୍ଷା ଯୋଗୁଁ ମାଛକୁଣ୍ଡ ବିଦ୍ୟୁତ ପ୍ରକଳ୍ପର ମୁଖ୍ୟ ଜଳଭଣ୍ଡାରରେ ବିପଦ ସଂକେତ ଉପରେ ବନ୍ୟା ଜଳ ରହିଛି। ଜଳଭଣ୍ଡାର ଭିତରେ ବନ୍ୟା ଜଳ ପ୍ରବେଶ କରୁଥିବାରୁ ୫ଟି ଗେଟ୍ ଖୋଲି ଦିଆଯାଇଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାରରୁ ୨୩ ହଜାର କ୍ୟୁସେକ ଜଳ ନିଷ୍କାସନ ହେଉଛି। ସେହିପରି ମାଛକୁଣ୍ଡ ଡ଼ି ଡ୍ୟାମରୁ ୪ଟି ଗେଟରେ ୨୦ ହଜାର କ୍ୟୁସେକ ଜଳ ପ୍ରତି ସେକେଣ୍ଡରେ ନିଷ୍କାସନ କରାଯାଇ ମାଛକୁଣ୍ଡ ନଦୀରେ ଛଡା ଯାଉଛି।

Leave A Reply

Your email address will not be published.