ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆଇସିୟୁରେ ସୀତାରାମ ୟେଚୁରୀ

0

ନୂଆଦିଲ୍ଲୀ: ମାର୍କ୍ସବାଦୀ କମ୍ୟୁନିଷ୍ଟ ପାର୍ଟିର ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ କିଛି ଦିନ ପୂର୍ବରୁ ଦିଲ୍ଲୀର ଏମ୍ସରେ ଭର୍ତ୍ତି କରାଯାଇଥିଲା। ନିଃଶ୍ୱାସ ନେବାରେ ଅସୁବିଧା ହେବା ପରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ଡାକ୍ତରଙ୍କ ଏକ ଟିମ ତାଙ୍କ ସ୍ବାସ୍ଥ୍ୟ ଉପରେ ନଜର ରଖିଛନ୍ତି।

ପ୍ରକାଶିତ ବିବୃତ୍ତିରେ କୁହାଯାଇଛି ଯେ, ୭୨ ବର୍ଷୀୟ ସିପିଆଇ-ଏମ ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କ ଶ୍ୱାସକ୍ରିୟାରେ ସଂକ୍ରମଣ ହୋଇଛି। ଏହାହାର ଚିକିତ୍ସା କରାଯାଉଛି। ଡାକ୍ତରଙ୍କ ଏକ ଟିମ ତାଙ୍କ ସ୍ବାସ୍ଥ୍ୟ ଉପରେ ନଜର ରଖିଛନ୍ତି। ଏହି ସମୟରେ ତାଙ୍କ ଅବସ୍ଥା ଗୁରୁତର ରହିଛି। ଅଗଷ୍ଟ ୧୯ରେ, ଛାତି ସଂକ୍ରମଣ ପରେ ତାଙ୍କୁ ଏମ୍ସ ରେ ଭର୍ତ୍ତି କରାଯାଇଥିଲା।

Leave A Reply

Your email address will not be published.