ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା

ଓଡ଼ିଶାର ସଂଯୁକ୍ତା ସେଠୀଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାରରେ ସମ୍ମାନିତ କଲେ ରାଷ୍ଟ୍ରପତି

0

ନୂଆଦିଲ୍ଲୀ; ଓଡ଼ିଶାର ସଂଯୁକ୍ତା ସେଠୀଙ୍କୁ ମିଳିଛି ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାର। ନୂଆଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାରରେ ସମ୍ମାନିତ କରିଛନ୍ତି ।

ସ୍ୱାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାର ସଂଯୁକ୍ତା ସେଠୀଙ୍କୁ ମିଳିଛି ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାର। ସଂଯୁକ୍ତା ସେଠୀ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନର୍ସିଂ ଅଫିସର ତଥା ଓଟି-ଇନ୍ ଚାର୍ଜ ସିଷ୍ଟର ଭାବେ କାର୍ଯ୍ୟ କରୁଛନ୍ତି। ଏଥି ସହିତ ଜିଲ୍ଲା କ୍ୱାଲିଟି ଆସ୍ୟୁରାନ୍ସ ଟିମ ସଦସ୍ୟା ସହ ବାୟୋ ମେଡିକାଲ୍ ୱେଷ୍ଟ ସୁପରଭାଇଜର ମଧ୍ୟ ଅଛନ୍ତି।

ସଂଯୁକ୍ତାଙ୍କ ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋଶାଲ ମିଡିଆ ଏକ୍ସରେ ତାଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ।ଏହା ସହ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗମଧ୍ୟ ନିଜ ନିଜ ସୋଶାଲ ମିଡିଆ ଏକ୍ସରେ ତାଙ୍କର ଏହି ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି।

Leave A Reply

Your email address will not be published.