ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର

ଗଣେଶ ମୂର୍ତ୍ତି ଭସାଣି ବେଳେ ଛୁରାମାଡ଼ ଜଣେ ମୃତ, ୩ ଗୁରୁତର

0

ଖୁଣ୍ଟୁଣୀ: ଗଣେଶ ମୂର୍ତ୍ତି ଭସାଣି ବେଳେ ଘଟିଛି ଅଘଟଣ। ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଛୁରାମାଡ଼ ହୋଇଛି। ଗଣେଶ ମୂର୍ତ୍ତି ଭସାଣି ବେଳେ ଛୁରାମାଡ଼, ଜଣେ ମୃତ ଆଉ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। କଟକ ଜିଲ୍ଲା ଖୁଣ୍ଟୁଣୀ ଥାନା ଧୁରୁସିଆ ଗାଁରେ ଗଣେଶ ମୂର୍ତ୍ତି ଭସାଣ ବେଳେ ଏହି ଅଘଟଣ ଘଟିଛି। କଟକ ମେଡିକାଲରେ ଜଣଙ୍କୁ ଭର୍ତ୍ତି କରାଯାଇଛି। ଏହି ଘଟଣା ପରେ ଗାଁରେ ଉତ୍ତେଜନା ଲାଗି ରହିଛି।

ଗଣେଶ ମୂର୍ତ୍ତି ଭସାଣି ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏହି ସଂଘର୍ଷରେ ଅନ୍ୟ ୨ ଗୁରୁତର ଘରେ ଚିକିତ୍ସିତ ହେଉଛନ୍ତି। ମୃତକ ଜଣଙ୍କ ନାବାଳକ ବୋଲି ସୂଚନା ରହିଛି। ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ଗୋପାଳ ସାହି ଓ ଧୁରୁସିଆ ଗାଁରେ ଗଣେଶ ମୂର୍ତ୍ତି ଭସାଣି ହେଉଥିଲା ଏହି ସମୟରେ ଦୁଇ ଗାଁର ପିଲା ମୁହାଁମୁହିଁ ହୋଇଥିଲେ।

ପରେ ଉଭୟ ଗୋଷ୍ଠୀ ମଧ୍ୟରେ ବଚସା ହୋଇଥିଲା। ଏହି ବଚସା ଉଗ୍ର ରୂପ ନେଇଥିଲା। ଉଭୟ ଗୋଷ୍ଠୀ ମଧ୍ୟରେ ଛୁରା ଓ ଭୁଜାଲି ଆକ୍ରମଣ ହୋଇଥିଲା। ପୁଲିସ ପହଞ୍ଚିବା ପରେ ଉତ୍ତେଜନା ଥମିଥିଲା। ପୁଲିସ ଏହି ଘଟଣାରେ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ଓ ଘଟଣାର ତଦନ୍ତ କରୁଛି।

Leave A Reply

Your email address will not be published.