ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ଛାତରୁ ଡେଇଁ ଆତ୍ମହତ୍ୟା କଲେ ମଲାଇକାଙ୍କ ବାପା

0

ମୁମ୍ୱାଇ: ବଲିଉଡ ଅଭିନେତ୍ରୀ ମଲାଇକା ଅରୋରାଙ୍କ ବାପାଙ୍କ ସନ୍ଦେହଜନକ ମୃତ୍ୟୁ। ୬ ତାଲା ବିଲ୍ଡିଂ ଛାତରୁ ଡେଇଁ ମଲାଇକାଙ୍କ ବାପା ଅନିଲ ଅରୋରାଙ୍କ ମୃତ୍ୟୁ। ତେବେ ଛାତ ଉପରୁ ଡେଇଁ ଅନିଲ୍ ଅରୋରା ଆତ୍ମହତ୍ୟ କରିଥିବା ଚର୍ଚ୍ଚା।
ଆତ୍ମହତ୍ୟା କରିଛନ୍ତି ବଲିଉଡ ଅଭିନେତ୍ରୀ ମଲାଇକା ଅରୋରାଙ୍କ ବାପା ଅନିଲ ଅରୋରା। ବୁଧବାର ଦିନ ଛାତରୁ ଡେଇଁ ଆତ୍ମହତ୍ୟା କରିଛନ୍ତି ଅନିଲ। ସକାଳ ୯ଟାରେ ଏହି ଘଟଣା ଘଟିଛି। ଏହି ଘଟଣାଟି ମଲାଇକାଙ୍କ ପରିବାର ଏବଂ ସମ୍ପର୍କୀୟଙ୍କୁ ସ୍ତମ୍ଭୀଭୁତ କରିଛି । ଘଟଣାସ୍ଥଳରେ ମୁମ୍ୱାଇ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ଆତ୍ମହତ୍ୟାର କାରଣ ଅସ୍ପଷ୍ଟ। ବର୍ତ୍ତମାନ ଅଭିନେତାଙ୍କ ବାପାଙ୍କ ମୃତଦେହ ବାବା ଡାକ୍ତରଖାନାରେ ରଖାଯାଇଛି।

ମଲାଇକା ଏବଂ ତାଙ୍କ ପରିବାର ପାଇଁ ଏହା ଅତ୍ୟନ୍ତ ଦୁଃଖଦାୟକ ଏବଂ କଷ୍ଟକର ସମୟ। ଏହି ଦୁଃଖ ସମୟରେ ପ୍ରଥମେ ଅରବାଜ ଖାନ ତାଙ୍କ ଘରେ ପହଞ୍ଚିଛନ୍ତି। ଅରବାଜ ଖାନ ମଲାଇକାଙ୍କ ଘର ବାହାରେ ପୋଲିସ ଏବଂ ଅନ୍ୟ ଲୋକଙ୍କ ସହ କଥାବାର୍ତ୍ତା ହେଉଥିବା ନଜର ଆସିଛନ୍ତି। ପୋଲିସର ସୂଚନାନୁସାରେ, ମଲାଇକାଙ୍କ ବାପା ଷଷ୍ଠ ମହଲା ଗ୍ୟାଲେରୀରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ବାନ୍ଦ୍ରା ପୋଲିସ ଏବଂ କ୍ରାଇମବ୍ରାଞ୍ଚ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ବର୍ତ୍ତମାନ ସୁଦ୍ଧା ପୋଲିସ ଘଟଣାସ୍ଥଳରୁ କୌଣସି ସୂଚନା ପାଇନାହିଁ।

Leave A Reply

Your email address will not be published.