ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

କ୍ୟାବିନେଟ୍‌ ବୈଠକରେ ଅଗ୍ନିବୀରଙ୍କ ପାଇଁ ବଡ଼ ନିଷ୍ପତ୍ତି

0

ଭୁବନେଶ୍ବର: ରାଜ୍ୟ ସରକାର ଗୁରୁବାର କ୍ୟାବିନେଟ୍‌ରେ ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କ୍ୟାବିନେଟ୍‌ ବୈଠକରେ ଅଗ୍ନିବୀରଙ୍କୁ ନେଇ ଆଜି ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଅଗ୍ନିବୀରଙ୍କ ପାଇଁ ରାଜ୍ୟ ୟୁନିଫର୍ମ ସର୍ଭିସ୍‌ରେ ୧୦% ସ୍ଥାନ ସଂରକ୍ଷଣକୁ ମଞ୍ଜୁରୀ ମିଳିଥିବା ବେଳେ ଗୋଟିଏ ବର୍ଷ ଟ୍ରେନିଂ ଏବଂ ୪ ବର୍ଷ ଚାକିରି ପରେ ବି ନିଯୁକ୍ତି ମିଳିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ପୋଲିସ, ଅଗ୍ନିଶମ ଓ ବନବିଭାଗରେ ୧୦% ସଂରକ୍ଷଣ ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର।

ରାଜ୍ୟରେ ସବୁ ୟୁନିଫର୍ମ ସେବାର ତୃତୀୟ ଓ ଚତୁର୍ଥ ଶ୍ରେଣୀ ପଦବୀରେ ନିଯୁକ୍ତି ନିମନ୍ତେ ଅଗ୍ନିବୀରଙ୍କୁ କୌଣସି ଶାରୀରିକ ପରୀକ୍ଷା ଦେବାକୁ ପଡ଼ିବ ନାହିଁ । ଏହାସହିତ ସେମାନଙ୍କୁ ଅତିରିକ୍ତ ୧୦ ପ୍ରତିଶତ ସଂରକ୍ଷଣ ଓ ନିର୍ଦ୍ଧାରିତ ବୟସସୀମା(୩ବର୍ଷ) କୋହଳ ସୁବିଧା ମିଳିବ। ରାଜ୍ୟ କ୍ୟାବିନେଟ୍ ଆଜି ‘ଓଡ଼ିଶା ଅବସରପ୍ରାପ୍ତ ଅଗ୍ନିବୀର(ୟୁନିଫର୍ମ ସେବାରେ ନିଯୁକ୍ତି) ନିୟମାବଳୀ, ୨୦୨୪ର ପ୍ରଣୟନକୁ ଅନୁମୋଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗତ ଜୁଲାଇ ୨୬ତାରିଖରେ ୟୁନିଫର୍ମ ସେବା ନିଯୁକ୍ତିରେ ଅଗ୍ନିବୀରଙ୍କୁ ନିର୍ଦ୍ଧାରିତ ବୟସସୀମାରେ ୫ବର୍ଷ କୋହଳ କରାଯିବ ବୋଲି ଘୋଷଣା କରିଥିଲେ। ମାତ୍ର ଆଜି କ୍ୟାବିନେଟରେ ଏହି ବୟସସୀମାକୁ ୩ବର୍ଷ ବୋଲି ଦର୍ଶାଯାଇଛି।

ପ୍ରତ୍ୟକ୍ଷ ନିଯୁକ୍ତି ଦ୍ଵାରା ପୂରଣ ହେଉଥିବା ରାଜ୍ୟର ୟୁନିଫର୍ମ ସେବାରେ ଅବସର ପ୍ରାପ୍ତ ଅଗ୍ନିବୀରଙ୍କୁ ଯଥେଷ୍ଟ ନିଯୁକ୍ତି ସୁଯୋଗ ଦେବା ନିମନ୍ତେ ରାଜ୍ୟ ସରକାର ନିୟମାବଳୀରେ ପରିବର୍ତ୍ତନ କରିଛନ୍ତି। ପ୍ରତ୍ୟକ୍ଷ ନିଯୁକ୍ତି ଦ୍ଵାରା ପୁରଣ ହେଉଥିବା ସମସ୍ତ ‘ଗ’ ଏବଂ ‘ଘ’ ପଦବୀରେ ଅବସର ପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ଦଶ ପ୍ରତିଶତ ଆନୁଭୂମିକ ସଂରକ୍ଷଣର ବ୍ୟବସ୍ଥା ରହିଛି। ଏହି ସଂରକ୍ଷଣ ଅବସରପ୍ରାପ୍ତ ସୈନିକଙ୍କ ପାଇଁ ଲାଗୁ ହେଉଥିବା ସଂରକ୍ଷଣ ସହିତ ଅତିରିକ୍ତ ୧୦% ସଂରକ୍ଷଣ ରହିବ। ଅଗ୍ନିବୀରଙ୍କ ପାଇଁ ନିର୍ଦ୍ଧାରିତ ବୟସ ସୀମାକୁ ତିନି ବର୍ଷ କୋହଳ କରାଯିବା ସହ ସେମାନଙ୍କର ଶାରୀରିକ ଦକ୍ଷତା ପରୀକ୍ଷାରୁ ଅବ୍ୟାହତି ଦିଆଯିବ।

Leave A Reply

Your email address will not be published.