ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ଘୂର୍ଣ୍ଣିବଳୟ ପ୍ରଭାବ ରେ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମିଆଁମାର ଉପରେ ଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ବାଂଲାଦେଶ ଉପକୂଳ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଆସି ପହଞ୍ଚିବ। ସେହିପରି ଉପଗ୍ରହ ରୁ ଉତ୍ତୋଳନ କରଯାଇଥିବା ପାଣିପାଗ ସମ୍ବନ୍ଧୀୟ ଚିତ୍ର ଦର୍ଶାଉଛି ଯେ, ଉତ୍ତର ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗର ର ଅନେକ ଅଞ୍ଚଳ ରେ ମେଘଖଣ୍ଡ ରହିଛି।

ତେଣୁ ଉପୋରକ୍ତ ସିଷ୍ଟମ୍ ପ୍ରଭାବ ରେ ଆସନ୍ତା ୩-୪ ଦିନ ଯାଏଁ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଆଜି ଠାରୁ ୧୫ ତାରିଖ ଯାଏଁ ଉତ୍ତର ଓ ଉତ୍ତର ଆଭ୍ୟନ୍ତର ଓଡ଼ିଶା ରେ ବର୍ଷା ର ପ୍ରଭାବ ଅଧିକ ରହିପାରେ। ଉପକୂଳ ଓଡ଼ିଶା ରେ ମଧ୍ୟ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, କେଉଁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ ଜିଲ୍ଲାର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ୧୪ ଓ ୧୫ ତାରିଖ ରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ମୟୂରଭଞ୍ଜ, ଯାଜପୁର, କେଉଁଝର, ସୁନ୍ଦରଗଡ଼, ବରଗଡ଼, ଦେବଗଡ଼, ସମ୍ବଲପୁର , ଝାରସୁଗୁଡ଼ା, ଅନୁଗୋଳ ଜିଲ୍ଲାର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା (୭-୧୧ସେମି ) ବର୍ଷା ସମ୍ଭାବନା ରହିଛି।

Leave A Reply

Your email address will not be published.