ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର

ଘୂର୍ଣ୍ଣିବଳୟ ପ୍ରଭାବ ରେ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମିଆଁମାର ଉପରେ ଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ବାଂଲାଦେଶ ଉପକୂଳ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଆସି ପହଞ୍ଚିବ। ସେହିପରି ଉପଗ୍ରହ ରୁ ଉତ୍ତୋଳନ କରଯାଇଥିବା ପାଣିପାଗ ସମ୍ବନ୍ଧୀୟ ଚିତ୍ର ଦର୍ଶାଉଛି ଯେ, ଉତ୍ତର ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗର ର ଅନେକ ଅଞ୍ଚଳ ରେ ମେଘଖଣ୍ଡ ରହିଛି।

ତେଣୁ ଉପୋରକ୍ତ ସିଷ୍ଟମ୍ ପ୍ରଭାବ ରେ ଆସନ୍ତା ୩-୪ ଦିନ ଯାଏଁ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଆଜି ଠାରୁ ୧୫ ତାରିଖ ଯାଏଁ ଉତ୍ତର ଓ ଉତ୍ତର ଆଭ୍ୟନ୍ତର ଓଡ଼ିଶା ରେ ବର୍ଷା ର ପ୍ରଭାବ ଅଧିକ ରହିପାରେ। ଉପକୂଳ ଓଡ଼ିଶା ରେ ମଧ୍ୟ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, କେଉଁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ ଜିଲ୍ଲାର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ୧୪ ଓ ୧୫ ତାରିଖ ରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ମୟୂରଭଞ୍ଜ, ଯାଜପୁର, କେଉଁଝର, ସୁନ୍ଦରଗଡ଼, ବରଗଡ଼, ଦେବଗଡ଼, ସମ୍ବଲପୁର , ଝାରସୁଗୁଡ଼ା, ଅନୁଗୋଳ ଜିଲ୍ଲାର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା (୭-୧୧ସେମି ) ବର୍ଷା ସମ୍ଭାବନା ରହିଛି।

Leave A Reply

Your email address will not be published.