ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗସ୍ତ ପାଇଁ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା

0

ଭୁବନେଶ୍ବର: ଆସନ୍ତା ୧୭ ତାରିଖରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୋଦିଙ୍କ ଓଡ଼ିଶା ଗସ୍ତ ପାଇଁ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ପୁଲିସ କମିଶନର ସଞ୍ଜୀବ ପଣ୍ଡା। ସେ ଗଣମାଧ୍ୟମକୁ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ କଡ଼ାକଡ଼ି ସୁରକ୍ଷା ବ୍ୟବସ୍ଥା କରାଯାଉଛି। ବିମାନବନ୍ଦରରୁ ଜନତା ମଇଦାନ ରାସ୍ତାରେ ହେବ ବ୍ୟାରିକେଡ୍। ଏହାଛଡ଼ା ବ୍ଲୁ ବୁକ୍ ଅନୁସାରେ ସୁରକ୍ଷା ବ୍ୟବସ୍ଥା ସହ ଟ୍ରାଫିକ୍ କଟକଣା ଲାଗୁ ହେବ। ଖାଲିସେତିକି ନୁହେଁ, ସାଧା ପୋଷାକରେ ବି ପୁଲିସ ବୁଲିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଆଖିରେ ରଖି ଗୁଇନ୍ଦା ବିଭାଗ ଅଧିକ ସକ୍ରିୟ ରହିଛି।

ସୂଚନାଯୋଗ୍ୟ, ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସିବେ। ଜନତା ମଇଦାନରେ ସେ ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଏହା ସହ ଆଉ କିଛି ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ଏହି ପ୍ରକଳ୍ପଗୁଡ଼ିକ ସମ୍ପର୍କରେ ସରକାରୀ ଭାବେ କିଛି ସୂଚନା ଦିଆଯାଇ ନାହିଁ। ୧୭ ତାରିଖରେ ପ୍ରଧାନମନ୍ତ୍ରୀ ଅହମଦାବାଦରୁ ଭୁବନେଶ୍ବର ଆସିବେ। ସକାଳ ୧୧ଟା ୩୫ରେ ସେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସେ ସିଧା ଜନତା ମଇଦାନ ଯିବେ। ୧୨ଟାରୁ ୧ଟା ପର୍ଯ୍ୟନ୍ତ ଏକ ଘଣ୍ଟା ସେ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ। କାର୍ଯ୍ୟକ୍ରମ ସରିଲା ପରେ ସେ ପୁଣି ସିଧାସଳଖ ବିମାନବନ୍ଦର ଯାଇ ନୂଆଦିଲ୍ଲୀ ଫେରିଯିବେ।

Leave A Reply

Your email address will not be published.