ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗସ୍ତ ପାଇଁ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା

0

ଭୁବନେଶ୍ବର: ଆସନ୍ତା ୧୭ ତାରିଖରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୋଦିଙ୍କ ଓଡ଼ିଶା ଗସ୍ତ ପାଇଁ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ପୁଲିସ କମିଶନର ସଞ୍ଜୀବ ପଣ୍ଡା। ସେ ଗଣମାଧ୍ୟମକୁ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ କଡ଼ାକଡ଼ି ସୁରକ୍ଷା ବ୍ୟବସ୍ଥା କରାଯାଉଛି। ବିମାନବନ୍ଦରରୁ ଜନତା ମଇଦାନ ରାସ୍ତାରେ ହେବ ବ୍ୟାରିକେଡ୍। ଏହାଛଡ଼ା ବ୍ଲୁ ବୁକ୍ ଅନୁସାରେ ସୁରକ୍ଷା ବ୍ୟବସ୍ଥା ସହ ଟ୍ରାଫିକ୍ କଟକଣା ଲାଗୁ ହେବ। ଖାଲିସେତିକି ନୁହେଁ, ସାଧା ପୋଷାକରେ ବି ପୁଲିସ ବୁଲିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଆଖିରେ ରଖି ଗୁଇନ୍ଦା ବିଭାଗ ଅଧିକ ସକ୍ରିୟ ରହିଛି।

ସୂଚନାଯୋଗ୍ୟ, ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସିବେ। ଜନତା ମଇଦାନରେ ସେ ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଏହା ସହ ଆଉ କିଛି ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ଏହି ପ୍ରକଳ୍ପଗୁଡ଼ିକ ସମ୍ପର୍କରେ ସରକାରୀ ଭାବେ କିଛି ସୂଚନା ଦିଆଯାଇ ନାହିଁ। ୧୭ ତାରିଖରେ ପ୍ରଧାନମନ୍ତ୍ରୀ ଅହମଦାବାଦରୁ ଭୁବନେଶ୍ବର ଆସିବେ। ସକାଳ ୧୧ଟା ୩୫ରେ ସେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସେ ସିଧା ଜନତା ମଇଦାନ ଯିବେ। ୧୨ଟାରୁ ୧ଟା ପର୍ଯ୍ୟନ୍ତ ଏକ ଘଣ୍ଟା ସେ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ। କାର୍ଯ୍ୟକ୍ରମ ସରିଲା ପରେ ସେ ପୁଣି ସିଧାସଳଖ ବିମାନବନ୍ଦର ଯାଇ ନୂଆଦିଲ୍ଲୀ ଫେରିଯିବେ।

Leave A Reply

Your email address will not be published.