ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର

ପୁନଃ ନିଯୁକ୍ତି ପାଇବେ ଅବସରପ୍ରାପ୍ତ ସରକାରୀ ବାବୁ

0

ଭୁବନେଶ୍ବର: ଅବସରପ୍ରାପ୍ତ ସରକାରୀ ବାବୁଙ୍କ ପୁନଃ ନିଯୁକ୍ତି ପାଇଁ ଓଡିଶା ସରକାର ଆଣିଲେ ନୂଆ ଗାଇଡଲାଇନ୍। ପୁନଃ ନିଯୁକ୍ତି ପାଇବାକୁ ହେଲେ ଅବସରପ୍ରାପ୍ତ ଅଧିକାରୀଙ୍କୁ କେଉଁ ମାନଦଣ୍ଡରେ କିପରି ଚୟନ କରାଯିବ, ସେ ନେଇ ଜାରି ହୋଇଛି ଗାଇଡଲାଇନ। ଗାଇଡଲାଇନ୍ ଅନୁସାରେ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପୁନଃ ନିଯୁକ୍ତି ପାଇଁ ଏକ ଚୟନ କମିଟି ରହିବ। ଯେଉଁ କମିଟିର ମୁଖ୍ୟ ଭାବେ ରହିବେ ମୁଖ୍ୟ ଶାସନ ସଚିବ।

ସେହିପରି କମିଟିର ସଦସ୍ୟ ଭାବେ ସାଧାରଣ ପ୍ରଶାସନ ବା ଜିଏ ବିଭାଗର ସଚିବ ଓ ଅର୍ଥ ସଚିବ ରହିବେ। ଗାଇଡଲାଇନ୍ ଅନୁସାରେ- ୬୫ ବର୍ଷରୁ କମ୍ ଓ ଭଲ ସର୍ଭିସ ରେକର୍ଡ଼ ଥିବା ବ୍ୟକ୍ତିଙ୍କୁ ପୁନଃ ନିଯୁକ୍ତି ମିଳିବ। ପୁନଃ ନିଯୁକ୍ତି ପାଇବାକୁ ଥିବା ବ୍ୟକ୍ତି ଶାରୀରିକ ଭାବେ ଫିଟ୍ ଜରୁରୀ। ବିଭାଗୀୟ କାର୍ଯ୍ୟାନୁଷ୍ଠାନ ହୋଇଥିଲେ ବିଚାରଯୋଗ୍ୟ ହେବନି ପୁନଃ ନିଯୁକ୍ତି। ଅବସର ପୂର୍ବରୁ ସିସିଆର୍ ଆଉଟଷ୍ଟାଣ୍ଡିଂ ଥିଲେ ପୁନଃ ନିଯୁକ୍ତି କରାଯିବ। ପଦବୀରେ ପୁନଃ ନିଯୁକ୍ତି ପାଇଁ ଖୋଲା ବିଜ୍ଞାପନ ଜରିଆରେ ସୂଚିତ କରାଯିବ। ମୋଟ ପଦବୀର ମାତ୍ର ୧% ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ଦିଆଯାଇପାରିବ।

Leave A Reply

Your email address will not be published.