ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ପୁନଃ ନିଯୁକ୍ତି ପାଇବେ ଅବସରପ୍ରାପ୍ତ ସରକାରୀ ବାବୁ

0

ଭୁବନେଶ୍ବର: ଅବସରପ୍ରାପ୍ତ ସରକାରୀ ବାବୁଙ୍କ ପୁନଃ ନିଯୁକ୍ତି ପାଇଁ ଓଡିଶା ସରକାର ଆଣିଲେ ନୂଆ ଗାଇଡଲାଇନ୍। ପୁନଃ ନିଯୁକ୍ତି ପାଇବାକୁ ହେଲେ ଅବସରପ୍ରାପ୍ତ ଅଧିକାରୀଙ୍କୁ କେଉଁ ମାନଦଣ୍ଡରେ କିପରି ଚୟନ କରାଯିବ, ସେ ନେଇ ଜାରି ହୋଇଛି ଗାଇଡଲାଇନ। ଗାଇଡଲାଇନ୍ ଅନୁସାରେ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପୁନଃ ନିଯୁକ୍ତି ପାଇଁ ଏକ ଚୟନ କମିଟି ରହିବ। ଯେଉଁ କମିଟିର ମୁଖ୍ୟ ଭାବେ ରହିବେ ମୁଖ୍ୟ ଶାସନ ସଚିବ।

ସେହିପରି କମିଟିର ସଦସ୍ୟ ଭାବେ ସାଧାରଣ ପ୍ରଶାସନ ବା ଜିଏ ବିଭାଗର ସଚିବ ଓ ଅର୍ଥ ସଚିବ ରହିବେ। ଗାଇଡଲାଇନ୍ ଅନୁସାରେ- ୬୫ ବର୍ଷରୁ କମ୍ ଓ ଭଲ ସର୍ଭିସ ରେକର୍ଡ଼ ଥିବା ବ୍ୟକ୍ତିଙ୍କୁ ପୁନଃ ନିଯୁକ୍ତି ମିଳିବ। ପୁନଃ ନିଯୁକ୍ତି ପାଇବାକୁ ଥିବା ବ୍ୟକ୍ତି ଶାରୀରିକ ଭାବେ ଫିଟ୍ ଜରୁରୀ। ବିଭାଗୀୟ କାର୍ଯ୍ୟାନୁଷ୍ଠାନ ହୋଇଥିଲେ ବିଚାରଯୋଗ୍ୟ ହେବନି ପୁନଃ ନିଯୁକ୍ତି। ଅବସର ପୂର୍ବରୁ ସିସିଆର୍ ଆଉଟଷ୍ଟାଣ୍ଡିଂ ଥିଲେ ପୁନଃ ନିଯୁକ୍ତି କରାଯିବ। ପଦବୀରେ ପୁନଃ ନିଯୁକ୍ତି ପାଇଁ ଖୋଲା ବିଜ୍ଞାପନ ଜରିଆରେ ସୂଚିତ କରାଯିବ। ମୋଟ ପଦବୀର ମାତ୍ର ୧% ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ଦିଆଯାଇପାରିବ।

Leave A Reply

Your email address will not be published.