ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

କେଜରିୱାଲଙ୍କୁ ମିଳିଲା ଜାମିନ

0

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଜାମିନ ଆବେଦନ ଉପରେ ସୁପ୍ରିମକୋର୍ଟ ଆଜି ରାୟ ଦେଇଛନ୍ତି। ସୁପ୍ରିମକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଜଷ୍ଟିସ ସୂର୍ଯ୍ୟ କାନ୍ତ ଏବଂ ଜଷ୍ଟିସ ଉଜ୍ୱଳ ଭୁୟାଁଙ୍କ ବେଞ୍ଚ ତାଙ୍କ ଜାମିନ ଆବେଦନକୁ ମଞ୍ଜୁର କରିଛନ୍ତି।

କେଜରିୱାଲଙ୍କୁ ସିବିଆଇ ଜୁନ ୨୬ରେ ଗିରଫ କରିଥିଲା। ଏହା ପରେ କେଜରିଓ୍ବାଲ ଏହି ଗିରଫଦାରୀକୁ ବେଆଇନ ବୋଲି କହି ଜାମିନ ଆବେଦନ କରିଥିଲେ। ସେପ୍ଟେମ୍ବର ୫ ରେ ଶେଷ ଶୁଣାଣିରେ କୋର୍ଟ ଏହି ନିଷ୍ପତ୍ତି ସଂରକ୍ଷିତ ରଖିଥିଲେ। କେଜରିଓ୍ବାଲଙ୍କୁ ଜାମିନ ପ୍ରଦାନ କରିବାବେଳେ ସୁପ୍ରିମକୋର୍ଟ କହିଛନ୍ତି, ଚାର୍ଜସିଟ ଦାଖଲ ହୋଇସାରିଛି ଏବଂ ନିକଟ ଭବିଷ୍ୟତରେ ଏହାର ଶୁଣାଣି ଶେଷ ହେବ ନାହିଁ, ତେଣୁ ତାଙ୍କୁ ଦୀର୍ଘ ସମୟ ଜେଲରେ ରଖିବାର କୌଣସି ଯଥାର୍ଥତା ନାହିଁ। ତାଙ୍କୁ ୧୦ ଲକ୍ଷ ଟଙ୍କା ଜରିମାନା ଦେବାକୁ ପଡିବ।

ସୂଚନାଯୋଗ୍ୟ, କେଜରିୱାଲ ତାଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଦ୍ୱାରା ପଞ୍ଜିକୃତ ହୋଇଥିବା ଦୁର୍ନୀତି ମାମଲାରେ ଦିଲ୍ଲୀ ହାଇକୋର୍ଟଙ୍କ ଜାମିନ ନାମଞ୍ଜୁର ହେବାରୁ ଦୁଇଟି ପୃଥକ ଆବେଦନ କରିଥିଲେ। ଏକ୍ସାଇଜ ପଲିସି ସ୍କାମ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଦୁଇଟି ଆବେଦନ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ରାୟ ଦେଇଛନ୍ତି। ପ୍ରଥମ ଆବେଦନ ଉପରେ କୋର୍ଟ ସିବିଆଇ ଗିରଫକୁ ବୈଧ ବୋଲି ବିବେଚନା କରିଥିଲେ। ଦ୍ୱିତୀୟ ଆବେଦନ ଉପରେ ଏହି ରାୟ ଦେବାବେଳେ ବୋର୍ଡ କେଜରିୱାଲଙ୍କୁ ଜାମିନ ପ୍ରଦାନ କରିଛି।

Leave A Reply

Your email address will not be published.