ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ସୀତାରାମ ୟେଚୁରୀଙ୍କ ହେବ ନାହିଁ ଦାହ ସଂସ୍କାର

0

ଗବେଷଣା ଏବଂ ଶିକ୍ଷା ଉଦ୍ଦେଶ୍ୟରେ ମୃତଦେହ ଏମ୍ସକୁ ଦାନ କରିବେ ପରିବାର
ନୂଆଦିଲ୍ଲୀ: ସିପିଆଇ-ଏମ ନେତା ସୀତାରାମ ୟେଚୁରୀଙ୍କର ଗୁରୁବାର ଦେହାନ୍ତ ହୋଇଛି। ତାଙ୍କ ପରିବାର ସଦସ୍ୟଙ୍କ ଅନୁଯାୟୀ, ୟେଚୁରୀଙ୍କ ମୃତଦେହକୁ ଦାହ କରାଯିବ ନାହିଁ। ତେବେ ତାଙ୍କର ମୃତଦେହକୁ କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ (ମାର୍କ୍ସବାଦୀ) ମୁଖ୍ୟାଳୟରେ ରଖାଯିବ। ଯେଉଁଠାରେ ଲୋକମାନେ ସେପ୍ଟେମ୍ବର ୧୪ରେ ସକାଳ ୧୧ଟାରୁ ୩ଟା ପର୍ଯ୍ୟନ୍ତ ତାଙ୍କର ଶେଷ ଦର୍ଶନ କରିବେ ଏବଂ ଶ୍ରଦ୍ଧାଞ୍ଜଳି ଦେବେ। ଏହା ପରେ ତାଙ୍କର ମୃତଦେହ ଗବେଷଣା ଏବଂ ଶିକ୍ଷା ଉଦ୍ଦେଶ୍ୟରେ ଦିଲ୍ଲୀ ଏମ୍ସକୁ ପଠାଯିବ। ପରିବାର ତାଙ୍କ ମୃତଦେହକୁ ଦିଲ୍ଲୀ ଏମ୍ସକୁ ଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ସୂଚନାଯୋଗ୍ୟ, ୭୨ ବର୍ଷିୟ ସୀତାରାମ ୟେଚୁରୀ ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିଲେ। ସୀତାରାମଙ୍କୁ ଅଗଷ୍ଟ ୧୯ରୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ନିମୋନିଆ ସମ୍ବନ୍ଧୀୟ ରୋଗ ହେତୁ ତାଙ୍କୁ ଏମ୍ସକୁ ଅଣାଯାଇଥିଲା। ସେ ଛାତି ସଂକ୍ରମଣରେ ପୀଡିତ ଥିଲେ। ଏହା ପରେ ତାଙ୍କୁ ଆଇସିୟୁକୁ ସ୍ଥାନାନ୍ତର କରାଯାଇଥିଲା। ଗୁରୁବାର ଅପରାହ୍ନ ପ୍ରାୟ ୩ଟା ସମୟରେ ଚିକିତ୍ସା ସମୟରେ ତାଙ୍କର ମୃତ୍ୟୁ ହୋଇଥିଲା। ତାଙ୍କ ମୃତ୍ୟୁ ପରେ ତାଙ୍କ ପରିବାର ତାଙ୍କ ମୃତଦେହକୁ ଦିଲ୍ଲୀ ଏମ୍ସକୁ ଦାନ କରିଛନ୍ତି।

Leave A Reply

Your email address will not be published.