ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

୧୭ରେ ଭୁବନେଶ୍ୱରର ସମସ୍ତ ସ୍କୁଲ, କଲେଜ ଛୁଟି

0

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ଜନ୍ମଦିନରେ ଅର୍ଥାତ୍ ସେପ୍ଟେମ୍ୱର ୧୭ ତାରିଖରେ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ଠାରେ ‘ସୁଭଦ୍ରା’ ଯୋଜନା ସହ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିବେ । ଏଥିପାଇଁ ଭୁବନେଶ୍ୱରରେ ବିପୁଳ ଜନ ସମାଗମ ହେବ। ଯାହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସମସ୍ତ ସ୍କୁଲ ଓ କଲେଜ ଗୁଡିକ ସେହିଦିନ ସମ୍ପୂର୍ଣ୍ଣ ଛୁଟି ଘୋଷଣା କରାଯାଇଛି।

୧୭ତାରିଖ ମଙ୍ଗଳବାର ଦିନ ୨ଟା ପର୍ଯ୍ୟନ୍ତ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ସରକାରୀ ଅଫିସ୍, ମାଜିଷ୍ଟ୍ରେଟ୍ କୋର୍ଟ ଛୁଟି ରହିବ । ତେବେ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ଶିକ୍ଷାନୁଷ୍ଠାନ ମଙ୍ଗଳବାର ସମ୍ପୂର୍ଣ୍ଣ ଛୁଟି ରହିବ । ଆଜି ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହେବା ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ସୂଚନା ଦିଆଯାଇଛି । ସେହିପରି ସରକାରୀ କାର୍ଯ୍ୟାଳୟ ଗୁଡିକର ପ୍ରଥମାର୍ଦ୍ଧ ଛୁଟି ରହିବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି।

Leave A Reply

Your email address will not be published.