ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

୧୭ରେ ଗଡିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍

0

ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ବର: ଆସନ୍ତା ୧୭ ତାରିଖରେ ଗଡିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍। ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ଟ୍ରେନ ଓଡ଼ିଶାର ଖରିଆର ରୋଡ, କଣ୍ଟାବାଞ୍ଜି, ଟିଟିଲାଗଡ଼, କେସିଙ୍ଗା ଓ ରାୟଗଡ଼ାରେ ରହଣି କରି ବିଶଖାପାଟଣାରେ ପହଞ୍ଚିବ।

ଏହି ଟ୍ରେନ ଚାଲିବା ଦ୍ୱାରା ବିଶେଷ କରି ପଶ୍ଚିମ ଓଡ଼ିଶାର ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ାର ଲୋକମାନେ ଉପକୃତ ହେବେ। ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ ଦକ୍ଷିଣ ଓଡ଼ିଶାର ରାୟଗଡ଼ାରେ ରହଣି କରିବ। ତେବେ ଏହି ଟ୍ରେନର ଶୁଭାରମ୍ଭ ପୂର୍ବରୁ ସମ୍ବଲପୁର ଡିଆରଏମ ତୁଷାରକାନ୍ତ ପାଣ୍ଡେ ଟିଟିଲାଗଡ଼ ରେଳ ଷ୍ଟେସନରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି।

Leave A Reply

Your email address will not be published.