ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବଦଳିଲା ମୋ ସ୍କୁଲ ଅଭିଯାନ ନାଁ

0

ଭୁବନେଶ୍ବର: ବଦଳିଲା ମୋ ସ୍କୁଲ ଅଭିଯାନ ନାଁ। ୨୦୧୭ରୁ ଆରମ୍ଭ ହୋଇଥିବା ମୋ ସ୍କୁଲ ଅଭିଯାନ ନାଁ ବଦଳି ପଞ୍ଚଶଖା ଶିକ୍ଷା ସେତୁ ନୂଆ ଯୋଜନା ହୋଇଛି। ଏନେଇ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ଗଣଶିକ୍ଷା ବିଭାଗ ଚିଠି ଲେଖିଛି।

ଚଳିତ ବର୍ଷ ପୂର୍ଣ୍ଣାଙ୍ଗ ବଜେଟରେ ମୁଖ୍ୟମନ୍ତ୍ରୀ ମୋ ସ୍କୁଲ ନାଁକୁ ବଦଳରେ ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ହେବ ବୋଲି ଘୋଷଣା କରିଥିଲେ। ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ପାଇଁ ବଜେଟରେ ୩୩୨ କୋଟି ବ୍ୟୟବରାଦ ହୋଇଥିଲା।

୨୦୧୭ ମସିହା ନଭେମ୍ୱର ୧୪ ଶିଶୁ ଦିବସ ଅବସରରେ ମୋ ସ୍କୁଲ ଅଭିଯାନର ଶୁଭାରମ୍ଭ କରିଥିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍କୁଲଗୁଡ଼ିକର ବିକାଶ ଲାଗି ସ୍ୱେଚ୍ଛାକୃତ ଅବଦାନ ଓ ସହଯୋଗକୁ ପ୍ରୋତ୍ସାହିତ କରିବା ମୋ ସ୍କୁଲ ଅଭିଯାନର ଲକ୍ଷ୍ୟ ଥିଲା। ଓଡ଼ିଶାରେ ଥିବା ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକର ବିକାଶ ନିମନ୍ତେ ବିଭିନ୍ନ ଲୋକଙ୍କୁ ଏକାଠି କରିବା, ସେମାନଙ୍କ ମଧ୍ୟରେ ସହଯୋଗ ସୃଷ୍ଟି କରିବା ଏବଂ ସମୟ ଓ ଅର୍ଥଦାନ ଉଦ୍ଦେଶ୍ୟରେ ମଞ୍ଚଟିଏ ଯୋଗାଇବା ଏହାର ଉଦ୍ଦେଶ୍ୟ ଥିଲା।

Leave A Reply

Your email address will not be published.