ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର

ବଦଳିଲା ମୋ ସ୍କୁଲ ଅଭିଯାନ ନାଁ

0

ଭୁବନେଶ୍ବର: ବଦଳିଲା ମୋ ସ୍କୁଲ ଅଭିଯାନ ନାଁ। ୨୦୧୭ରୁ ଆରମ୍ଭ ହୋଇଥିବା ମୋ ସ୍କୁଲ ଅଭିଯାନ ନାଁ ବଦଳି ପଞ୍ଚଶଖା ଶିକ୍ଷା ସେତୁ ନୂଆ ଯୋଜନା ହୋଇଛି। ଏନେଇ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ଗଣଶିକ୍ଷା ବିଭାଗ ଚିଠି ଲେଖିଛି।

ଚଳିତ ବର୍ଷ ପୂର୍ଣ୍ଣାଙ୍ଗ ବଜେଟରେ ମୁଖ୍ୟମନ୍ତ୍ରୀ ମୋ ସ୍କୁଲ ନାଁକୁ ବଦଳରେ ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ହେବ ବୋଲି ଘୋଷଣା କରିଥିଲେ। ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ପାଇଁ ବଜେଟରେ ୩୩୨ କୋଟି ବ୍ୟୟବରାଦ ହୋଇଥିଲା।

୨୦୧୭ ମସିହା ନଭେମ୍ୱର ୧୪ ଶିଶୁ ଦିବସ ଅବସରରେ ମୋ ସ୍କୁଲ ଅଭିଯାନର ଶୁଭାରମ୍ଭ କରିଥିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍କୁଲଗୁଡ଼ିକର ବିକାଶ ଲାଗି ସ୍ୱେଚ୍ଛାକୃତ ଅବଦାନ ଓ ସହଯୋଗକୁ ପ୍ରୋତ୍ସାହିତ କରିବା ମୋ ସ୍କୁଲ ଅଭିଯାନର ଲକ୍ଷ୍ୟ ଥିଲା। ଓଡ଼ିଶାରେ ଥିବା ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକର ବିକାଶ ନିମନ୍ତେ ବିଭିନ୍ନ ଲୋକଙ୍କୁ ଏକାଠି କରିବା, ସେମାନଙ୍କ ମଧ୍ୟରେ ସହଯୋଗ ସୃଷ୍ଟି କରିବା ଏବଂ ସମୟ ଓ ଅର୍ଥଦାନ ଉଦ୍ଦେଶ୍ୟରେ ମଞ୍ଚଟିଏ ଯୋଗାଇବା ଏହାର ଉଦ୍ଦେଶ୍ୟ ଥିଲା।

Leave A Reply

Your email address will not be published.