ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ

0
  • ୩ ଜଣ ଆତଙ୍କବାଦୀ ନିପାତ
  • ୨ ଜଣ ଯବାନ ଶହୀଦ

ଜମ୍ମୁ କଶ୍ମୀର: ଜମ୍ମୁ କଶ୍ମୀର ବାରମୁଲ୍ଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ୩ ଜଣ ଆତଙ୍କବାଦୀ ନିପାତ ହୋଇ ଥିବାବେଳେ ଦୁଇ ଜଣ ଯବାନ ଶହୀଦ ହୋଇଛନ୍ତି।

ସୂଚନାନୁସାରେ, ଉତ୍ତର କଶ୍ମୀର ଜିଲ୍ଲାର ପଟ୍ଟାନ ଅଞ୍ଚଳରେ ଆତଙ୍କବାଦୀ ଲୁଚିଥିବା ନେଇ ବିଶେଷ ସୂତ୍ରରୁ ସୂଚନା ମିଳିବା ପରେ ଜମ୍ମୁ କଶ୍ମୀର ପୁଲିସ ଏବଂ ଭାରତୀୟ ସେନା ମିଳିତ ଅପରେସନ ଆରମ୍ଭ କରିଥିଲା। ତଲାସୀ ସମୟରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରେ ଗୁଳିବିନିମୟ କରିଥିଲେ। ସୁରକ୍ଷାକର୍ମୀ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲା। ଦୀର୍ଘ ସମୟ ଧରି ଉଭୟ ପକ୍ଷରୁ ଗୁଳିବିନିମୟ ଚାଲିଥିଲା। ଏଥିରେ ତିନି ଜଣ ଆତଙ୍କୀ ନିପାତ ହୋଇଛନ୍ତି। ସେହିପରି ସୁରକ୍ଷାକର୍ମୀ ମଧ୍ୟ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଦୁଇ ଜଣ ଶହୀଦ ହୋଇଥିବା କୁହାଯାଉଛି। ଆତଙ୍କବାଦୀଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଗତକାଲି ରାତିରେ ଏହି ଅପରେସନ ହୋଇଥିଲା। ଏବେ ମଧ୍ୟ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି।

ଅନ୍ୟପଟେ ଗତକାଲି ମଧ୍ୟ କଠୁଆ ଅଞ୍ଚଳରେ ଏନକାଉଣ୍ଟର ହୋଇଥିଲା। ସେନାର ରାଇଜିଂ ଷ୍ଟାର କର୍ପସ ୟୁନିଟର ସୈନ୍ୟମାନେ ଦୁଇ ଜଣ ଆତଙ୍କବାଦୀଙ୍କୁ ସଫା କରିଥିଲେ। କିଛି ଦିନ ହେବ ଜମ୍ମୁ କଶ୍ମୀରରେ ଆତଙ୍କୀ ହମଲା ବୃଦ୍ଧି ପାଉଥିବାରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। 

Leave A Reply

Your email address will not be published.