ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

ଜନ୍ମ ଦିନରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ

0

ଭୁବନେଶ୍ବର: ଆସନ୍ତା ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଜନ୍ମ ଦିନରେ ଓଡିଶା ଗସ୍ତ କରି ସୁଭଦ୍ରାର ପ୍ରଥମ କିସ୍ତିର ଶୁଭାରମ୍ଭ କରିବେ। ଏହା ସହିତ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ସୁଭଦ୍ରାର ଶୁଭାରମ୍ଭ ସହ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ। ଗୋଟିଏ ସ୍କିମରେ ସବୁଠୁ ବେଶୀ ମହିଳା ଉପକୃତ ଯୋଜନା ହେଉଛି ‘ସୁଭଦ୍ରା’। ଓଡ଼ିଶାର ୧ କୋଟିରୁ ଊର୍ଦ୍ଧ୍ୱ ମହିଳା ‘ସୁଭଦ୍ରା’ର ସୁଫଳ ପାଇବେ।

ଏହା ସହ ଭୁବନେଶ୍ୱରରେ ୨୮୦୦ କୋଟିର ରେଳ ପ୍ରକଳ୍ପର ଶିଳାନ୍ୟାସ କରିବେ। ୧ ହଜାର କୋଟିର ନ୍ୟାସନାଲ ହାଇୱେ ପ୍ରକଳ୍ପ ଶିଳାନ୍ୟାସ କାର୍ଯ୍ୟକ୍ରମ ରହିଛି। ଦେଶର ୧୩ ଲକ୍ଷ PMAY-G ହିତାଧିକାରୀଙ୍କ ପ୍ରଥମ କିସ୍ତି ରିଲିଜ କରିବା ସହ, ୧୪ଟି ରାଜ୍ୟର PMAY-G ହିତାଧିକାରୀ ଏହାର ଉପକାର ପାଇବେ।

ଅନ୍ୟପକ୍ଷେ ଆସନ୍ତା ୧୭ରେ ମହିଳାଙ୍କ ଆକାଉଣ୍ଟକୁ ଯିବ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି। ଏଯାବତ୍‌ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳା ପଞ୍ଜୀକରଣ କରିସାରିଲେଣି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏ ନେଇ ସୂଚନା ଦେଇଛନ୍ତି। ୧୫ ସୁଦ୍ଧା ଆବେଦନ କରିଥିବା ହିତାଧିକାରୀଙ୍କୁ ୧୭ରେ ପ୍ରଥମ କିସ୍ତି ମିଳିବ। ରବିବାର ରାଜ୍ୟବ୍ୟାପୀ ୧୦ ହଜାର ରାଜସ୍ବ ଗାଁରେ ସୁଭଦ୍ରା ପଦଯାତ୍ରା ହେବ। ଭୁବନେଶ୍ୱରରେ ଗିରିଦୁର୍ଗା ମନ୍ଦିରରୁ ରମାଦେବୀ ଯାଏଁ ସୁଭଦ୍ରା ପଦଯାତ୍ରା ହେବ।

Leave A Reply

Your email address will not be published.