ଭର୍ଚୁଆଲ୍ ମୋଡରେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଭୁବନେଶ୍ବର: ଓଡ଼ିଶାରେ ଗଡ଼ିଲା ଆଉ ଦୁଇଟି ‘ବନ୍ଦେ ଭାରତ’ଏକ୍ସପ୍ରେସ୍ ଟ୍ରେନ। ବ୍ରହ୍ମପୁର-ଟାଟାନଗର ଓ ରାଉରକେଲା-ହାୱାଡ଼ା ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରେନର ଭର୍ଚୁଆଲ୍ ମୋଡରେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ତେବେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବ୍ରହ୍ମପୁର-ଟାଟା ବନ୍ଦେ ଭାରତ ବ୍ରହ୍ମପୁରରୁ ବାହାରି ବାଲୁଗାଁ, ଖୋର୍ଦ୍ଧାରୋଡ ଭୁବନେଶ୍ୱର , କଟକ, ଜଖପୁରା, ହରିଚନ୍ଦନପୁର, କେନ୍ଦୁଝରଗଡ଼ ବାଂଶପାଣି, ଡାଙ୍ଗୋଆପୋଷି, ଚାଇବାସା ହୋଇ ଟାଟାନଗରରେ ପହଞ୍ଚିବ।
ସେହିପରି ରାଉରକେଲା-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ ରାଉରକେଲାରୁ ହାୱଡ଼ା ଭିତରେ କେବଳ ୩ଟି ଷ୍ଟେସନ ଚକ୍ରଧରପୁର, ଟାଟାନଗର ଓ ଖଡ଼ଗପୁରରେ ଅଟକିବ ବୋଲି ସୂଚନା ମିଳିଛି। ଏହାର ଶୁଭାରମ୍ଭ ବେଳେ ରାଉରକେଲା ଷ୍ଟେସନରେ ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ ଥିଲେ। ପୂର୍ବରୁ ଓଡ଼ିଶା ଦେଇ ୩ଟି ବନ୍ଦେ ଭାରତ ଏକ୍ସପ୍ରେସ ଚାଲୁଥିବା ବେଳେ,୨ଟି ନୂଆ ସେମି-ହାଇସ୍ପିଡ୍ ଟ୍ରେନର ଶୁଭାରମ୍ଭ ପରେ ଏହା ୫କୁ ବୃଦ୍ଧି ପାଇଛି।
ପ୍ରମୁଖ ଖବର
ପୁରୀ ଜିଲ୍ଲାପାଳଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା, ଜବାବ ତଲବ କଲେ ହାଇକୋର୍ଟ
ଅଦାଲତ ଅବମାନନା ମାମଲାରୁ ଉଷା ପାଢ଼ୀଙ୍କୁ ମିଳିଲା ଆଶ୍ୱସ୍ତି
ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ
ବ୍ୟାନ ହେବନି ପାନ ମସଲା: ସ୍ପଷ୍ଟୀକରଣ ରଖିଲା ସ୍ବାସ୍ଥ୍ୟ ବିଭାଗ
ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର
ଖୁବ୍ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା : ଆଇନ ମନ୍ତ୍ରୀ
ମା’ ବିରଜାଙ୍କ ଆଶୀର୍ବାଦ ନେବେ ରାଷ୍ଟ୍ରପତି, ନାଭିଗୟାରେ କରିବେ ପିଣ୍ଡଦାନ