ଭର୍ଚୁଆଲ୍ ମୋଡରେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଭୁବନେଶ୍ବର: ଓଡ଼ିଶାରେ ଗଡ଼ିଲା ଆଉ ଦୁଇଟି ‘ବନ୍ଦେ ଭାରତ’ଏକ୍ସପ୍ରେସ୍ ଟ୍ରେନ। ବ୍ରହ୍ମପୁର-ଟାଟାନଗର ଓ ରାଉରକେଲା-ହାୱାଡ଼ା ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରେନର ଭର୍ଚୁଆଲ୍ ମୋଡରେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ତେବେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବ୍ରହ୍ମପୁର-ଟାଟା ବନ୍ଦେ ଭାରତ ବ୍ରହ୍ମପୁରରୁ ବାହାରି ବାଲୁଗାଁ, ଖୋର୍ଦ୍ଧାରୋଡ ଭୁବନେଶ୍ୱର , କଟକ, ଜଖପୁରା, ହରିଚନ୍ଦନପୁର, କେନ୍ଦୁଝରଗଡ଼ ବାଂଶପାଣି, ଡାଙ୍ଗୋଆପୋଷି, ଚାଇବାସା ହୋଇ ଟାଟାନଗରରେ ପହଞ୍ଚିବ।
ସେହିପରି ରାଉରକେଲା-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ ରାଉରକେଲାରୁ ହାୱଡ଼ା ଭିତରେ କେବଳ ୩ଟି ଷ୍ଟେସନ ଚକ୍ରଧରପୁର, ଟାଟାନଗର ଓ ଖଡ଼ଗପୁରରେ ଅଟକିବ ବୋଲି ସୂଚନା ମିଳିଛି। ଏହାର ଶୁଭାରମ୍ଭ ବେଳେ ରାଉରକେଲା ଷ୍ଟେସନରେ ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ ଥିଲେ। ପୂର୍ବରୁ ଓଡ଼ିଶା ଦେଇ ୩ଟି ବନ୍ଦେ ଭାରତ ଏକ୍ସପ୍ରେସ ଚାଲୁଥିବା ବେଳେ,୨ଟି ନୂଆ ସେମି-ହାଇସ୍ପିଡ୍ ଟ୍ରେନର ଶୁଭାରମ୍ଭ ପରେ ଏହା ୫କୁ ବୃଦ୍ଧି ପାଇଛି।
ପ୍ରମୁଖ ଖବର
୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍ ମାର୍ଜିନ୍
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି