ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ବାରିପଦା ଓ ବଲାଙ୍ଗିରରେ ମର୍ମନ୍ତୁଦ ଦୁର୍ଘଟଣା, ୪ ମୃତ ୯ ଆହତ

0

ରଙ୍ଗାମାଟିଆ: ବାରିପଦା ଓ ବଲାଙ୍ଗିରରେ ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣାରେ ୪ ଜଣଙ୍କ ଜୀବନ ଯାଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ବାରିପଦା ରଙ୍ଗାମାଟିଆ ଲୁଲୁଙ୍ଗ ରାସ୍ତାରେ ଏକ ବୋଲେରୋ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଭାରସ୍ୟାମ ହରାଇ ଗଛରେ ପିଟି ହେଲା ବୋଲେରୋ । ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି। କରମ୍ ନାଟରେ ସାମିଲ୍ ହେବାକୁ କୁଳଡ଼ିହାରୁ ତାରାଯୋଡ଼ି ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି।

ସେହିପରି କରମ୍ ନାଟରେ ସାମିଲ୍ ପାଇଁ ଯାଉଥିବା ବେଳେ ଏକ ଟ୍ରକ୍ ସହ ବାଇକ ଧକ୍କା ହୋଇଛି। ବଲାଙ୍ଗିର ସଦର ଥାନା ମାଧିଆପାଲିରେ ଟ୍ରକ୍‌କୁ ପଛରୁ ପିଟି ଥିଲା ବାଇକ। ଫଳରେ ୨ ବାଇକ୍‌ ଆରୋହୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ତେବେ ମୃତ ବାଇକ୍ ଆରୋହୀ ଜଣଙ୍କ ଛତିଶଗଡ଼ର ବୋଲି ଜଣାପଡ଼ିଛି।

Leave A Reply

Your email address will not be published.