ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

କେଜ୍ରିୱାଲ ଦୁଇ ଦିନ ମଧ୍ୟରେ ସିଏମ ପଦରୁ ଦେବେ ଇସ୍ତଫା

0

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଘୋଷଣା କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ। ସେ କହିଛନ୍ତି, ଆସନ୍ତା ଦୁଇ ଦିନ ମଧ୍ୟରେ ସେ ସିଏମ ପଦରୁ ଇସ୍ତଫା ଘୋଷଣା କରିବେ। ଆପ କର୍ମୀଙ୍କୁ ସମ୍ବୋଧିତ କରିବାବେଳେ ସେ ଏହି ଘୋଷଣା କରିଛନ୍ତି। ତାଙ୍କ ସମ୍ବୋଧନରେ ସେ କହିଛନ୍ତି ଯେ, ଜନସାଧାରଣଙ୍କ ଆଶୀର୍ବାଦରେ ଭାଜପାର ସମସ୍ତ ଷଡଯନ୍ତ୍ରକୁ ପ୍ରତିହତ କରିବାର ଶକ୍ତି ଆମର ଅଛି। ସେ ଆହୁରି କହିଛନ୍ତି ଯେ, ଆମେ ଭାଜପା ଆଗରେ ନଇଁବୁ ନାହିଁ।

କେଜ୍ରିୱାଲ କହିଛନ୍ତି ଯେ, ଆସନ୍ତା ଦୁଇ ଦିନ ମଧ୍ୟରେ ବିଧାନସଭା ଦଳର ବୈଠକ ହେବ ଏବଂ ନୂଆ ମୁଖ୍ୟମନ୍ତ୍ରୀ ଚୟନ କରାଯିବ ବୋଲି ସେ କହିଛନ୍ତି। ପରବର୍ତ୍ତୀ ସିଏମ ମଧ୍ୟ ଆମ ଆଦମୀ ପାର୍ଟିର କେହି ଜଣେ ହେବେ। କେଜରିଓ୍ବାଲ ଆଦମୀ ପାର୍ଟି କର୍ମୀ ତଥା ଜନସାଧାରଣଙ୍କୁ ସମ୍ବୋଧିତ କରିବାବେଳେ କହିଛନ୍ତି ଯେ, ମୁଁ ସରକାରୀ କୋର୍ଟରେ ଜିତିବା ପର୍ଯ୍ୟନ୍ତ ମୁଁ ସିଏମ ହେବି ନାହିଁ। ମୁଁ ଚାହୁଁଛି ଯେ ନଭେମ୍ବରରେ ଦିଲ୍ଲୀ ନିର୍ବାଚନ ହେଉ। ଜନସାଧାରଣ ମୋତେ ଭୋଟ ଦେବେ। ଯଦି ମୁଁ ଜିତେ ତେବେ ମୁଁ ସିଏମଙ୍କ ଚେୟାରରେ ବସିବି ବୋଲି ସେ କହିଛନ୍ତି।

Leave A Reply

Your email address will not be published.