ଛତିଶଗଡ଼: ଓଡ଼ିଶା ସୀମାନ୍ତ ଛତିଶଗଡ଼ରେ ମାଓବାଦୀମାନେ ଏକ ବର୍ବରକାଣ୍ଡ ଘଟାଇଛନ୍ତି। ଛତିଶଗଡ଼ରେ ସୁକ୍ମାରରେ ଶନିବାର ଜଣେ ଶିକ୍ଷାଦୂତଙ୍କୁ ମାଓବାଦୀମାନେ ପିଟିପିଟି ହତ୍ୟା କରିଥିବା ଜଣାପଡିଛି। ଏନେଇ ଅଞ୍ଚଳରେ ପୁଣି ଭୟର ବାତାବରଣ ସୃଷ୍ଟି ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ମୃତ ଶିକ୍ଷା ଦୂତଙ୍କ ନାଁ ଦୁଧି ଅର୍ଜୁନ।
ସୂଚନା ମୁତାବକ, ସ୍ଥାନୀୟ କିଛି ଶିକ୍ଷିତ ଯୁବକଙ୍କୁ ଉକ୍ତ ଅଞ୍ଚଳରେ ଶିକ୍ଷା ଦୂତ ଭାବେ ରାଜ୍ୟ ସରକାର ନିଯୁକ୍ତ କରିଛନ୍ତି। ଶିକ୍ଷାଦୂତଙ୍କ କାର୍ଯ୍ୟ ହେଲେ ବନ୍ଦ ସ୍କୁଲ ଚାଲୁ କରିବା ଓ ପିଲାଙ୍କୁ ବୁଝାଶୁଝା କରି ସ୍କୁଲ ଆଣିଥାନ୍ତି ଓ ପାଠ ପଢୁନଥିବା ପିଲାଙ୍କୁ ଶିକ୍ଷାର ମୂଲ୍ୟ ବୁଝାଇବା । ସୁକମାରେ ନକ୍ସଲଙ୍କ ଭୟରେ ବନ୍ଦ ଥିବା ସ୍କୁଲ ଖୋଲିଥିଲେ ଦୁଧି ଅର୍ଜୁନ। ଏହାକୁ ବିରୋଧ କରୁଥିଲେ ନକ୍ସଲ। ପୂର୍ବରୁ ସେମାନେ ଦୁଧି ଅର୍ଜନଙ୍କୁ ଧମକ ମଧ୍ୟ ଦେଇଥିଲେ । ହେଲେ ଦୁଧି ଅର୍ଜୁନ ସେମାନଙ୍କ ଧମକ ନ ଶୁଣିବାରୁ ମାଓବାଦୀମାନେ ପିଟିପିଟି ହତ୍ୟା କରିଥିବା ଜଣାପଡିଛି। ଏନେଇ ଅଞ୍ଚଳରେ ପୁଣି ଭୟର ବାତାବରଣ ସୃଷ୍ଟି ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ପ୍ରମୁଖ ଖବର
ମାତୃ ଓ ଶିଶୁ ସ୍ୱାସ୍ଥ୍ୟସେବା ସୁଦୃଢ଼ ପାଇଁ ‘ଜନନୀ’ ଡିଜିଟାଲ୍ ପ୍ଲାଟଫର୍ମ ଆରମ୍ଭ
ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା
‘ଦେଶର ଅଭିବୃଦ୍ଧିର ନୂଆ କେନ୍ଦ୍ର ହେବ ପୂର୍ବ ଉପକୂଳ’: ମୋହନ ମାଝୀଙ୍କ ଆହ୍ୱାନ
ବିହାରର ସାହାରସାରେ ମଧ୍ୟାହ୍ନ ଭୋଜନ ଖାଇ ୨୫୦ରୁ ଅଧିକ ଶିଶୁ ଅସୁସ୍ଥ
ନିଶାନ୍ତ କୁମାରଙ୍କ ସହ ୩୨ ଜଣ ମନ୍ତ୍ରୀ ଶପଥ ନେଲେ
ନିର୍ବାଚନରେ ଜାଲିଆତି ଅଭିଯୋଗ: ସୁପ୍ରିମକୋର୍ଟ ଯିବ ଟିଏମସି
ମୁଁ ଇସ୍ତଫା ଦେବି ନାହିଁ, ମୋତେ ବହିଷ୍କାର କରନ୍ତୁ: ମମତା ବାନାର୍ଜୀ