ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ମୀରଟରେ ତିନି ମହଲା କୋଠା ଭୁଶୁଡ଼ି ୧୦ ମୃତ

0

ଉତ୍ତର ପ୍ରଦେଶ: ଉତ୍ତର ପ୍ରଦେଶ ମୀରଟରେ ବଡ଼ ଅଘଟଣ। ପ୍ରବଳ ବର୍ଷାରେ ତିନି ମହଲା କୋଠା ଭୁଶୁଡ଼ି ୧୦ ଜଣଙ୍କର ମୃତ୍ୟୁ ହୋଇଛି। ଧ୍ଵଂସାବଶେଷ ତଳେ ଥିବା ବାକି ୫ ଜଣଙ୍କୁ ଉଦ୍ଧାର କରାଯାଇଛି। ଗତକାଲି ଏହି ଅଘଟଣ ଘଟିବା ପରେ ସଙ୍ଗେ ସଙ୍ଗେ ଖବର ପାଇ ଘଟଣାସ୍ଥଳରେ ଏନଡିଆରଏଫ୍ ଟିମ୍‌, ଅଗ୍ନିଶମ ବାହିନୀ ଓ ପୋଲିସ ପହଞ୍ଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଥିଲେ। ଏହି ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ସମସ୍ତ ୧୦ ଜଣ ଗୋଟିଏ ପରିବାରର ବୋଲି ଜଣାପଡିଛି। ଗତକାଲି ରାତିରେ ପ୍ରବଳ ବର୍ଷା ପରେ ଏକ ତିନି ମହଲା କୋଠା ଭୁଶୁଡ଼ି ପଡିଥିଲା। ଉଦ୍ଧାର ବେଳେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି । ବର୍ତ୍ତମାନ ଫସି ରହିଥିବା ପଶୁମାନଙ୍କୁ ଉଦ୍ଧାର କରାଯାଉଛି ।

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଶୋଇଥିବା ଅବସ୍ଥାରେ କୋଠାଟି ହଠାତ୍ ଭୁଶୁଡ଼ି ପଡିଥିଲା। ତେବେ ଅଧିକାରୀଙ୍କ କହିବା ଅନୁସାରେ, କୋଠାଟି ବହୁତ ପୁରୁଣା ଥିଲା। ଗତ କିଛି ଦିନ ହେଲା ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି । ଲଗାଣ ବର୍ଷାରେ ପୁରୁଣା ବିଲଡିଂଟି ଦୁର୍ବଳ ହୋଇ ପଡ଼ିଥିବାରୁ ଭୁଶୁଡ଼ି ପଡ଼ିଛି। କୋଠା ଭୁଷୁଡିବା ବେଳେ କୋଠା ଭିତରେ ୧୫ଜଣ ଲୋକ ଥିଲେ। ସମସ୍ତେ ଧ୍ଵଂସାବଶେଷ ତଳେ ଚାପି ହୋଇ ରହିଥିଲେ। ଉଦ୍ଧାରକାରୀ ଦଳଙ୍କ ସହାୟତାରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା। ମାତ୍ର ଘଟଣାସ୍ଥଳରେ ୧୦ଜଣଙ୍କର ମୃତ୍ୟୁ ହୋଇଛି। ୫ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କୋଠା ତଳେ ଗୋଶାଳା ଥିଲା। ସେଠାରେ କିଛି ଗାଇ ଏବଂ ମଇଁଶି ଥିଲେ । ବର୍ତ୍ତମାନ ସେମାନଙ୍କୁ ଉଦ୍ଧାର କରିବା କାର୍ଯ୍ୟ ଆରମ୍ଭ ହୋଇଛି।

Leave A Reply

Your email address will not be published.