ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଉତ୍କଳ ବିଶ୍ୱବିଦ୍ୟାଳୟ ଅଧ୍ୟାପକଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

0

ଭୁବନେଶ୍ବର: ଉତ୍କଳ ବିଶ୍ୱବିଦ୍ୟାଳୟର ଜଣେ ଅଧ୍ୟାପକଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆସିଛି। ଅର୍ଥନୀତି ବିଭାଗର ଜଣେ ଛାତ୍ରୀ ଏନେଇ ବିଶ୍ୱବିଦ୍ୟାଳୟର ଯୌନ ନିର୍ଯାତନା ସେଲ୍‌ରେ ଲିଖିତ ଅଭିଯୋଗ କରିଛନ୍ତି। ଏହାପରେ ସେଲ୍‌ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।
ଅଗଷ୍ଟ ୧୬ରେ ଏହି ଘଟଣା ଘଟିଥିବା ବେଳେ ଏବେ ଅଭିଯୋଗ ହେବା ପରେ ଘଟଣା ପଦାକୁ ଆସିଛି। ପୀଡିତା ଛାତ୍ରୀ ଜଣକ ତାଙ୍କ ଅଭିଯୋଗରେ ଉଲ୍ଲେଖ କରିଛନ୍ତି ଯେ, ଏକ ପାଠ୍ୟପୁସ୍ତକ ଆଣିବାକୁ ବିଭାଗକୁ ଯାଇଥିବା ବେଳେ ଜଣେ ଅଧ୍ୟାପକ ତାଙ୍କୁ ଅସଦାଚରଣ କରିଥିଲେ। ଏପରିକି ଏ ସମ୍ପର୍କରେ କାହାକୁ ନ ଜଣାଇବାକୁ ଅଧ୍ୟାପକ ଜଣକ ତାଙ୍କୁ କହିଥିଲେ।

ଏନେଇ ସେଲ୍‌ ପକ୍ଷରୁ କୁହାଯାଇଛି, ଅଭିଯୋଗର ତଦନ୍ତ ଆରମ୍ଭ ହୋଇଛି, ଆସନ୍ତା ମଙ୍ଗଳବାର ଏ ସମ୍ପର୍କରେ କର୍ତ୍ତୃପକ୍ଷଙ୍କୁ ରିପୋର୍ଟ ପ୍ରଦାନ କରାଯିବ। ରିପୋର୍ଟ ଆଧାରରେ କର୍ତ୍ତୃପକ୍ଷ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବେ। ତେବେ ଏନେଇ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ କୌଣସି ପ୍ରତିକ୍ରିୟା ମିିଳିପାରି ନାହିଁ।

Leave A Reply

Your email address will not be published.