ପ୍ରମୁଖ ଖବର

କଂଗ୍ରେସ ନିଜ ବିଫଳତା ପାଇଁ ଦେଶକୁ ବଦନାମ କରୁଛି : ମୋଦୀ
ସଡ଼କ ଦୁର୍ଘଟଣାରେ ଓଡ଼ିଶାର ଦୁଇ ପ୍ରତିଭାବାନ ଯୁବ ଆଥଲେଟ୍‌ଙ୍କ ମୃତ୍ୟୁ
ଡ୍ରାଇଭିଂ ଲାଇସେନ୍ସ ପାଇଁ ୭୫% ନମ୍ବର ବାଧ୍ୟତାମୂଳକ କରିବାକୁ ପ୍ରସ୍ତାବ
ସାଉଦି ଏୟାରପୋର୍ଟରେ ମିସାଇଲ ମାଡ଼, ଜଣେ ଭାରତୀୟଙ୍କ ସମେତ ୨ ମୃତ
ଛତିଶଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା, ୬ ମୃତ; ୩୦ରୁ ଅଧିକ ଆହତ
ଏସିଆନ୍ ପାରା ଗେମ୍ସରେ ଚମକିଲେ ଓଡ଼ିଆ ଝିଅ ଜୟନ୍ତୀ, ଜିତିଲେ ରୌପ୍ୟ
ଏବେ ଟ୍ରେନ୍‌ରେ ବସି ଅର୍ଡର କରିପାରିବେ ଆବଶ୍ୟକ ସାମଗ୍ରୀ, ବ୍ଲିଙ୍କିଟ୍‌ ସହ ରେଳବାଇର ସହଭାଗିତା
ଉତ୍ତରପ୍ରଦେଶରେ ଭାଜପାକୁ ଝଟ୍‌କା, ଦଳ ଛାଡ଼ିଲେ ପୂର୍ବତନ ବିଧାୟକ

ଉତ୍କଳ ବିଶ୍ୱବିଦ୍ୟାଳୟ ଅଧ୍ୟାପକଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

0

ଭୁବନେଶ୍ବର: ଉତ୍କଳ ବିଶ୍ୱବିଦ୍ୟାଳୟର ଜଣେ ଅଧ୍ୟାପକଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆସିଛି। ଅର୍ଥନୀତି ବିଭାଗର ଜଣେ ଛାତ୍ରୀ ଏନେଇ ବିଶ୍ୱବିଦ୍ୟାଳୟର ଯୌନ ନିର୍ଯାତନା ସେଲ୍‌ରେ ଲିଖିତ ଅଭିଯୋଗ କରିଛନ୍ତି। ଏହାପରେ ସେଲ୍‌ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।
ଅଗଷ୍ଟ ୧୬ରେ ଏହି ଘଟଣା ଘଟିଥିବା ବେଳେ ଏବେ ଅଭିଯୋଗ ହେବା ପରେ ଘଟଣା ପଦାକୁ ଆସିଛି। ପୀଡିତା ଛାତ୍ରୀ ଜଣକ ତାଙ୍କ ଅଭିଯୋଗରେ ଉଲ୍ଲେଖ କରିଛନ୍ତି ଯେ, ଏକ ପାଠ୍ୟପୁସ୍ତକ ଆଣିବାକୁ ବିଭାଗକୁ ଯାଇଥିବା ବେଳେ ଜଣେ ଅଧ୍ୟାପକ ତାଙ୍କୁ ଅସଦାଚରଣ କରିଥିଲେ। ଏପରିକି ଏ ସମ୍ପର୍କରେ କାହାକୁ ନ ଜଣାଇବାକୁ ଅଧ୍ୟାପକ ଜଣକ ତାଙ୍କୁ କହିଥିଲେ।

ଏନେଇ ସେଲ୍‌ ପକ୍ଷରୁ କୁହାଯାଇଛି, ଅଭିଯୋଗର ତଦନ୍ତ ଆରମ୍ଭ ହୋଇଛି, ଆସନ୍ତା ମଙ୍ଗଳବାର ଏ ସମ୍ପର୍କରେ କର୍ତ୍ତୃପକ୍ଷଙ୍କୁ ରିପୋର୍ଟ ପ୍ରଦାନ କରାଯିବ। ରିପୋର୍ଟ ଆଧାରରେ କର୍ତ୍ତୃପକ୍ଷ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବେ। ତେବେ ଏନେଇ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ କୌଣସି ପ୍ରତିକ୍ରିୟା ମିିଳିପାରି ନାହିଁ।

Leave A Reply

Your email address will not be published.