ପ୍ରମୁଖ ଖବର

ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍‌ ରୁଲ୍‌, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ
ମଣିପୁରରେ ପୁଣି ରକ୍ତପାତ: କଟାମୁଣ୍ଡ ଫେରାଇବାକୁ ୪୮ ଘଣ୍ଟାର ମହଲତ
ଓଡ଼ିଶାରେ ଶିଳ୍ପାୟନକୁ ବଡ଼ ଗତି: ୩୯ ହଜାର କୋଟିରୁ ଅଧିକ ନିବେଶ
ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ
ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି
ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ବାଣଫୁଟା ନୁହେଁ, ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ

ଉଦଘାଟନ ପୂର୍ବରୁ ବଦଳିଲା ବନ୍ଦେ ମେଟ୍ରୋ ଟ୍ରେନର ନାମ

0

ନୂଆଦିଲ୍ଲୀ: ଉଦଘାଟନ ପୂର୍ବରୁ ବଦଳିଲା ବନ୍ଦେ ମେଟ୍ରୋ ଟ୍ରେନର ନାମ। ପ୍ରଥମେ ଏହାର ନାମ ବନ୍ଦେ ଭାରତ ମେଟ୍ରୋ ରଖାଯାଇଥିଲା। ପରେ ଏହାର ନାମ ପରିବର୍ତ୍ତନ କରାଯାଇ ‘ନମୋ ଭାରତ ରାପିଡ ରେଳ’ ରଖାଯାଇଛି। ରେଲଓ୍ବେ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ପରିବର୍ତ୍ତନ କରିବାକୁ କେନ୍ଦ୍ର ସରକାର ଏବଂ ରେଳ ମନ୍ତ୍ରଣାଳୟ ଅନୁମୋଦନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭୁଜ ଏବଂ ଅହମ୍ମଦାବାଦ ମଧ୍ୟରେ ନମୋ ଭାରତ ରାପିଡ ରେଳକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି।

ଏହି ଟ୍ରେନ ୫ ଘଣ୍ଟା ୪୫ ମିନିଟରେ ଭୁଜ-ଅହମ୍ମଦାବାଦ ମଧ୍ୟରେ ଦୂରତା ଅତିକ୍ରମ କରିପାରିବ। ଏହି ସମୟରେ ଯାତ୍ରୀଙ୍କ ଭଡା ୪୫୫ ଟଙ୍କା ଧାର୍ଯ୍ୟ କରାଯାଇଛି। ଟ୍ରେନରେ ୧୨ଟି କୋଚ ରହିବ। ୧୧୫୦ ଯାତ୍ରୀ ଏଥିରେ ଯାତ୍ରା କରିପାରିବେ। ବିଶେଷକରି ଗୁଜରାଟର ଲୋକଙ୍କ ପାଇଁ ନାମୋ ଭରତ ରାପିଡ ରେଳ ଟ୍ରେନ ଏକ ବଡ ଉପହାର ଭାବରେ ବିବେଚନା କରାଯାଉଛି।

Leave A Reply

Your email address will not be published.