ପ୍ରମୁଖ ଖବର

ବିଶ୍ୱର ତୃତୀୟ ବୃହତ୍ତମ ଅଟୋମୋବାଇଲ୍ ବଜାର ଭାରତ: ଗଡ଼କରୀ
ଉଚ୍ଚ ସମୁଦ୍ର ମତ୍ସ୍ୟ ଆହରଣକୁ ମିଳିଲା ପ୍ରୋତ୍ସାହନ
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି, ୨୧ରେ ରାଜ୍ୟ ନିର୍ବାଚନ କମିଶନଙ୍କ ଉଚ୍ଚସ୍ତରୀୟ ବୈଠକ
ଖୋଲିଲା ହୀରାକୁଦର ୧୦ଟି ଗେଟ୍ , ମହାନଦୀକୁ ଛଡ଼ାଗଲା ବନ୍ୟାଜଳ
ଭିଡ଼ ନିୟନ୍ତ୍ରଣ ପାଇଁ ରଥଯାତ୍ରାରେ ଅଧା ହେଲା ଭିଆଇପି କର୍ଡନ୍ ପାସ୍

ଆଳୁ, ପିଆଜ ପରେ ମହଙ୍ଗା ହେଲା ଖାଇବା ତେଲ

0

ଭୁବନେଶ୍ବର: ରାଜ୍ୟରେ ଆଳୁ, ପିଆଜ ଓ ପନିପରିବା ପରେ ଏବେ ମହଙ୍ଗା ହୋଇଛି ଖାଇବା ତେଲ। ଲିଟର ପିଛା ୨୦ଟଙ୍କା ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର। ପାମୋଲିନ୍‌‌, ସୂର୍ଯ୍ୟମୁଖୀ ଓ ସୋୟାବିନ୍‌‌ ତେଲ ଉପରେ ଆମଦାନୀ ଶୁକ୍ଳ ବଢାଇଛନ୍ତି ସରକାର। ଏହାର ସିଧାସଳଖ ପ୍ରଭାବ ସାଧାରଣ ଖାଉଟିଙ୍କ ପକେଟ ଉପରେ ପଡ଼ିଛି।

ସୂଚନାଯୋଗ୍ୟ, କେନ୍ଦ୍ର ସରକାର ୧୩ ତାରିଖରେ ପାମୋଲିନ, ସୋୟାବିନ ଏବଂ ସୂର୍ଯ୍ୟମୁଖୀ ତେଲ ଉପରେ ୨୦ ପ୍ରତିଶତ ମୂଳ ଆମଦାନୀ ଶୁଳ୍କ ଲଗାଇବା ସହିତ ତାହାକୁ ୧୪ ତାରିଖରୁ ଲାଗୁ ନେଇ ନିର୍ଦ୍ଦେଶନାମା ଜାରି କରିଥିଲେ। ଏହାଦ୍ବାରା ଅଶୋଧିତ ଖାଇବା ତେଲ ଉପରେ ପ୍ରଭାବୀ ଆମଦାନି ଟିକସ ୫.୫ ପ୍ରତିଶତ ପରିବର୍ତ୍ତେ ୨୭.୫ ପ୍ରତିଶତକୁ ବଢ଼ିଯାଇଛି। ସେହିଭଳି ରିଫାଇନ ଖାଇବା ତେଲର ପ୍ରଭାବୀ ଆମଦାନୀ ଶୁଳ୍କ ୧୩.୭୫ ପ୍ରତିଶତ ପରିବର୍ତ୍ତେ ୩୫.୭୫ ପ୍ରତିଶତକୁ ବୃଦ୍ଧି ପାଇଛି। ଆମଦାନୀ ଶୁଳ୍କ ବୃଦ୍ଧିର ପ୍ରଭାବ ସାଧାରଣ ଖାଉଟିଙ୍କ ଉପରେ ସିଧାସଳଖ ପଡ଼ିଛି।

ରବିବାର ସୋରିଷ ତେଲ ଦର ଲିଟର ପିଛା ୧୪୦ ଟଙ୍କା ଥିବାବେଳେ ସୋମବାର ଏହା ୧୬୦ ଟଙ୍କାରେ ବିକ୍ରି ହେଉଛି। ସେହିଭଳି ବିଭିନ୍ନ ପ୍ରକାର ରିଫାଇନ ତେଲ ପୂର୍ବରୁ ଲିଟର ପିଛା ୧୦୮ ଟଙ୍କାରେ ବିକ୍ରି ହେଉଥିବାବେଳେ ଆଜି ବିଭିନ୍ନ ସ୍ଥାନରେ ୧୨୦ରୁ ୧୩୦ ଟଙ୍କା ଭଳି ଉଚ୍ଚଦାମରେ ବିକ୍ରି ହେଉଛି।

Leave A Reply

Your email address will not be published.