ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ବିଶ୍ୱକର୍ମା ମୂର୍ତ୍ତି ବିସର୍ଜନ ବେଳେ ପାଣିରେ ବୁଡି ୨ ଛାତ୍ର ନିଖୋଜ

0

ବାରିପଦା: ବାରିପଦାସ୍ଥିତ ସୁବର୍ଣ୍ଣରେଖା କେନାଲରେ ମଙ୍ଗଳବାର ଦିନ ବିଶ୍ୱକର୍ମା ମୂର୍ତ୍ତି ବିସର୍ଜନ ପାଇଁ ଯାଇଥିବା ବେଳେ ୨ ଜଣ ଯୁକ୍ତ ଦୁଇ ଛାତ୍ର ନିଖୋଜ ହୋଇଯାଇଛନ୍ତି। ଏକ ଘରୋଇ ବିଜ୍ଞାନ କଲେଜର ଏହି ଛାତ୍ର ଦ୍ୱୟ ସାଙ୍ଗମାନଙ୍କ ସହିତ ବିଶ୍ୱକର୍ମା ମୂର୍ତ୍ତି ବିସର୍ଜନ ପାଇଁ ଆସିଥିବା ବେଳେ ଏହି ଅଘଟଣ ଘଟିଛି । ଘଟଣା ସ୍ଥଳରେ ବାରିପଦା ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

ଛାତ୍ର ଦ୍ୱୟ ହେଲେ ବାଦାମପାହାଡ଼ ଅଞ୍ଚଳର ଠାକୁର ସୋରେନ ଏବଂ କରଞ୍ଜିଆ ତାଟୋ ଅଞ୍ଚଳର ବଡ଼ଗାଁର ଭାଗ୍ୟ ପ୍ରକାଶ ପାତ୍ର ବୋଲି ଜଣାପଡିଛି। ସେମାନେ ହଷ୍ଟେଲରେ ରହି ପଢୁଥିଲେ। ୨ଜଣ ଛାତ୍ରୀଙ୍କ ଶରୀର ଅସୁସ୍ଥ ପାଇଁ ହଷ୍ଟେଲ ଦାୟିତ୍ୱରେ ଥିବା ଶିକ୍ଷକ ସେମାନଙ୍କୁ ଡାକ୍ତରଖାନା ନେଇ ଯାଇଥିବା ବେଳେ ଛାତ୍ରମାନେ ମୂର୍ତ୍ତି ବିସର୍ଜନ ପାଇଁ ବନ୍ଧକୁ ଆସିଥିଲେ।

ତେବେ ମୂର୍ତ୍ତି ବିସର୍ଜନ ବେଳେ ଅସାବଧାନତା କାରଣରୁ ପ୍ରକାଶ ପାଣିରେ ବୁଡି ଯାଇଥିଲେ। ତାଙ୍କୁ ଉଦ୍ଧାର କରିବା ପାଇଁ ଠାକୁର ପାଣିରେ ପଶି ଥିଲେ। ହେଲେ ଲଘୁଚାପ ଜନିତ ବର୍ଷା ପାଇଁ ଅଧିକ ପାଣି ଥିବାରୁ ଦୁଇ ଜଣ ଭାସି ଯାଇଛନ୍ତି। ଦୁଇଜଣ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର ଛାତ୍ର। ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ଓଡ୍ରାଫ ଟିମ୍ ଘଟଣାସ୍ଥଳରେ ପହଞ୍ଚି ସର୍ଚ୍ଚ ଅପରେସନ୍ ଆରମ୍ଭ କରିଥିଲେ। ତେବେ ଏ ଯାଏଁ ସେମାନଙ୍କ ପତ୍ତା ମିଳିପାରିନାହିଁ।

Leave A Reply

Your email address will not be published.