ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ ମାର୍ଲେନ

0

ନୂଆଦିଲ୍ଲୀ: ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ ମାର୍ଲେନ। ଆମ ଆଦମୀ ପାର୍ଟି ବିଧାୟକ ଦଳର ବୈଠକରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତାଙ୍କ ନାମ ପ୍ରସ୍ତାବ ଦେଇଛନ୍ତି। ବିଧାୟକମାନେ ଏଥିରେ ରାଜି ହୋଇଥିଲେ। ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହୋଇଥିବାରୁ ଆତୀଶ ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ପଦରେ ବସିବାକୁ ଯାଉଛନ୍ତି। ଏହା ସହିତ ମନୀଷ ସିସୋଦିଆଙ୍କୁ ଉପଦେଷ୍ଟା ଦାୟିତ୍ୱ ଦିଆଯାଇଛି।

ଏହାପୂର୍ବରୁ ଆମ ଆଦମୀ ପାର୍ଟିର ରାଜନୈତିକ ବ୍ୟାପାର କମିଟିର ନେତାମାନେ ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବରେ ଅତିଶୀଙ୍କ ନାମ ପରାମର୍ଶ ଦେଇଥିଲେ। ସୋମବାର ସେପ୍ଟେମ୍ବର ୧୬ରେ ପିଏସି ବୈଠକ ଅନୁଷ୍ଠିତ ହୋଇଥିଲା। ଆତିଶୀ ମାର୍ଲେନ ବର୍ତ୍ତମାନ ଦିଲ୍ଲୀର ଶିକ୍ଷାମନ୍ତ୍ରୀ ଅଛନ୍ତି। ଏଥିସହ ଅର୍ଥ, ପର୍ଯ୍ୟଟନ, କଳା ଓ ସଂସ୍କୃତି ବିଭାଗ ମଧ୍ୟ ତାଙ୍କ ଦାୟିତ୍ୱରେ ଅଛି। ଆପର ସଙ୍କଟ ସମୟରେ ୧୪ଟି ମନ୍ତ୍ରଣାଳୟର ଦାୟିତ୍ୱ ତୁଲାଇଥିଲେ ଆତିଶୀ।

ସୂଚନାଯୋଗ୍ୟ, ରବିବାର ଅରବିନ୍ଦ କେଜରିୱାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଘୋଷଣା କରିଥିଲେ। ଆଜି ଅରବିନ୍ଦ କେଜ୍ରିୱାଲ ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ଦେବା ପରେ ଆତିଶୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ମାର୍ଚ୍ଚ ୨୧ରେ ଦିଲ୍ଲୀ ଏକ୍ସାଇଜ ପଲିସି ମାମଲାରେ ଅରବିନ୍ଦ କେଜରିୱାଲଙ୍କୁ ଇଡି ଗିରଫ କରିଥିଲା। ଏହା ପରେ ତାଙ୍କୁ ସିବିଆଇ ଗିରଫ କରିଥିଲା। ସେପ୍ଟେମ୍ବର ୧୩ରେ ସିବିଆଇ ମାମଲାରେ ସେ ସୁପ୍ରିମକୋର୍ଟରୁ ଜାମିନ ପାଇଥିଲେ। ସେ ପୂର୍ବରୁ ଇଡି ମାମଲାରେ ଜାମିନ ପାଇଥିଲେ। ସେ ୧୩ ସେପ୍ଟେମ୍ବରରେ ତିହାର ଜେଲରୁ ବାହାରିଥିଲେ।

Leave A Reply

Your email address will not be published.