ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ ମାର୍ଲେନ

0

ନୂଆଦିଲ୍ଲୀ: ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ ମାର୍ଲେନ। ଆମ ଆଦମୀ ପାର୍ଟି ବିଧାୟକ ଦଳର ବୈଠକରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତାଙ୍କ ନାମ ପ୍ରସ୍ତାବ ଦେଇଛନ୍ତି। ବିଧାୟକମାନେ ଏଥିରେ ରାଜି ହୋଇଥିଲେ। ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହୋଇଥିବାରୁ ଆତୀଶ ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ପଦରେ ବସିବାକୁ ଯାଉଛନ୍ତି। ଏହା ସହିତ ମନୀଷ ସିସୋଦିଆଙ୍କୁ ଉପଦେଷ୍ଟା ଦାୟିତ୍ୱ ଦିଆଯାଇଛି।

ଏହାପୂର୍ବରୁ ଆମ ଆଦମୀ ପାର୍ଟିର ରାଜନୈତିକ ବ୍ୟାପାର କମିଟିର ନେତାମାନେ ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବରେ ଅତିଶୀଙ୍କ ନାମ ପରାମର୍ଶ ଦେଇଥିଲେ। ସୋମବାର ସେପ୍ଟେମ୍ବର ୧୬ରେ ପିଏସି ବୈଠକ ଅନୁଷ୍ଠିତ ହୋଇଥିଲା। ଆତିଶୀ ମାର୍ଲେନ ବର୍ତ୍ତମାନ ଦିଲ୍ଲୀର ଶିକ୍ଷାମନ୍ତ୍ରୀ ଅଛନ୍ତି। ଏଥିସହ ଅର୍ଥ, ପର୍ଯ୍ୟଟନ, କଳା ଓ ସଂସ୍କୃତି ବିଭାଗ ମଧ୍ୟ ତାଙ୍କ ଦାୟିତ୍ୱରେ ଅଛି। ଆପର ସଙ୍କଟ ସମୟରେ ୧୪ଟି ମନ୍ତ୍ରଣାଳୟର ଦାୟିତ୍ୱ ତୁଲାଇଥିଲେ ଆତିଶୀ।

ସୂଚନାଯୋଗ୍ୟ, ରବିବାର ଅରବିନ୍ଦ କେଜରିୱାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଘୋଷଣା କରିଥିଲେ। ଆଜି ଅରବିନ୍ଦ କେଜ୍ରିୱାଲ ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ଦେବା ପରେ ଆତିଶୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ମାର୍ଚ୍ଚ ୨୧ରେ ଦିଲ୍ଲୀ ଏକ୍ସାଇଜ ପଲିସି ମାମଲାରେ ଅରବିନ୍ଦ କେଜରିୱାଲଙ୍କୁ ଇଡି ଗିରଫ କରିଥିଲା। ଏହା ପରେ ତାଙ୍କୁ ସିବିଆଇ ଗିରଫ କରିଥିଲା। ସେପ୍ଟେମ୍ବର ୧୩ରେ ସିବିଆଇ ମାମଲାରେ ସେ ସୁପ୍ରିମକୋର୍ଟରୁ ଜାମିନ ପାଇଥିଲେ। ସେ ପୂର୍ବରୁ ଇଡି ମାମଲାରେ ଜାମିନ ପାଇଥିଲେ। ସେ ୧୩ ସେପ୍ଟେମ୍ବରରେ ତିହାର ଜେଲରୁ ବାହାରିଥିଲେ।

Leave A Reply

Your email address will not be published.