ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଚୀନକୁ ହରାଇ ୫ମ ଥର ଏସିଆ ଚାମ୍ପିୟନ ହେଲା ଭାରତ

0

ନୂଆଦିଲ୍ଲୀ: ଏସିଆନ୍ ଚାମ୍ପିଅନ୍ ଟ୍ରଫି ୨୦୨୪ ହକିର ଫାଇନାଲରେ ରୋମାଞ୍ଚ ଭରା ଲଢେଇ ଦେଖିବାକୁ ମିଳିଛି। ପ୍ରଥମ ଥର ଫାଇନାଲରେ ପହଞ୍ଚିଥିବା ଚୀନକୁ ଭାରତୀୟ ଦଳ ଶୋଚନୀୟ ଭାବେ ପରାସ୍ତ କରିଛି। ହରମନପ୍ରୀତ ସିଂହଙ୍କ ନେତୃତ୍ୱାଧୀନ ଭାରତୀୟ ହକି ଟିମ୍ ଚାଇନା ମାଟିରେ ଚାଇନାକୁ ପରାସ୍ତ କରି ପଞ୍ଚମ ଥର ଲାଗି ଏସିଆ ଚାମ୍ପିୟନ ହୋଇଛି। ଫାଇନାଲ ମୁକାବିଲାରେ ଚାଇନା ଭାରତୀୟ ଦଳ ସହିତ କଡ଼ା ମୁକାବିଲା କରିଥିଲା।ପ୍ରଥମ ୩ କ୍ବାଟର୍ସ ପର୍ଯ୍ୟନ୍ତ ଭାରତ ଓ ଚୀନ ମଧ୍ୟ କଡା ଟକ୍କର ଦେଖିବାକୁ ମିଳିଥିଲା । କିନ୍ତୁ ଧିରେ ଧିରେ ବାଜି ପଲଟିଗଲା । ଭାରତ ୧-୦ ଗୋଲରେ ଚୀନକୁ ହରାଇ ଚାମ୍ପିଅନ୍ ହେଲା। ଏହାକୁ ମିଶାଇ ଭାରତୀୟ ହକି ଦଳ ୫ମ ଥର ପାଇଁ ଟାଇଟଲ୍ ଜିତିଛି।
ଭାରତୀୟ ଦଳ ଇତିହାସରେ ସର୍ବାଧିକ ପଞ୍ଚମ ଥର (ଚଳିତ ସିଜିନକୁ ମିଶାଇ) ଏସୀୟ ଚାମ୍ପିଅନ୍ସ ଟ୍ରଫି ଟାଇଟଲ ଜିତିଛି। ପୁରୁଷ ହକି ଏସୀୟ ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ସିଜନ୍ ୨୦୧୧ ରେ ଖେଳାଯାଇଥିଲା। ତା’ପରେ ଭାରତୀୟ ଦଳ ପାକିସ୍ତାନକୁ ପରାସ୍ତ କରି ଟାଇଟଲ ଜିତିଥିଲା। ଏହା ପରେ ଭାରତୀୟ ଦଳ ୨୦୧୩, ୨୦୧୮ ଏବଂ ୨୦୨୩ ସିଜନରେ ମଧ୍ୟ ଜିତିଛି। ୨୦୧୮ ରେ ଭାରତୀୟ ଦଳ ପାକିସ୍ତାନ ସହ ମିଳିତ ବିଜେତା ହୋଇଥିଲା।

Leave A Reply

Your email address will not be published.