ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

‘ସୁଭଦ୍ରା ଯୋଜନା’ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

0

ଭୁବନେଶ୍ବର: ମହିଳାମାନଙ୍କ ପାଇଁ ଖୁସି ଖବର। ବହୁ ପ୍ରତିକ୍ଷିତ ‘ସୁଭଦ୍ରା ଯୋଜନା’ର ହେଲା ଶୁଭାରମ୍ଭ। ବ୍ୟାଙ୍କ୍‌ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ଜନତା ମଇଦାନଠାରେ ବିଧିବଦ୍ଧ ଭାବେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏପରିକି ପ୍ରଧାନମନ୍ତ୍ରୀ ମୋଦି ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏହି ପରିପ୍ରେକ୍ଷୀରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ୫ ହଜାର ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କନକ ବଦ୍ଧର୍ନ ସିଂ ଦେଓ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭାଗୀୟ ମନ୍ତ୍ରୀ, ଭାଜପା ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ରହିଥିଲେ। ଏହାସହ ଗୋଠପାଟଣା ସ୍ପୋର୍ଟସ ଭ୍ୟାଲିର ବି ଶିଳାନ୍ୟାସ କରିଥିଲେ ମୋଦି। ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିଛନ୍ତି ।

ପ୍ରଧାନମନ୍ତ୍ରୀ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରେ ବିମାନ ବନ୍ଦରରେ ପହଞ୍ଚି ଥିଲେ। ପରେ ସେ ରାଜଭବନ ଛକଦେଇ ଗାଡ଼କଣ ଯାଇଥିଲେ। ସେଠାରେ ସେ ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରି ଗୃହପ୍ରବେଶ କରାଇଥିଲେ। ପରେ ସେ ସେଠାରୁ ଜନତା ମଇଦାନ ଆସିଥିଲେ। ପରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେଇ ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରି କରିଥିଲେ।

ସୁଭଦ୍ରା’ ଶୁଭାରମ୍ଭ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଯେ, ଏହା ଏକ ଯୁଗାନ୍ତକାରୀ ଯୋଜନା। ଏହାକୁ ସେମାନେ ନିଜ ଆବଶ୍ୟକତା ଅନୁଯାୟୀ, ବ୍ୟବସାୟ ପାଇଁ, ପରିବାର ପାଇଁ ତଥା ନିଜ ପିଲାଙ୍କ ପାଇଁ ଏହାକୁ ଖର୍ଚ୍ଚ କରିପାରିବେ। ଏହାଦ୍ୱାରା ରାଜ୍ୟର କୋଟିଏରୁ ଅଧିକ ମହିଳା ଉପକୃତ ହେବେ । ଯେଉଁମାନଙ୍କ ମଧ୍ୟରେ ଆଗକୁ ବଢ଼ିବାକୁ ଇଚ୍ଛା ଅଛି ହେଲେ ହାତରେ ପୁଞ୍ଜି ନାହିଁ। ଏହି ଯୋଜନା ସେମାନଙ୍କ ଇଚ୍ଛା ପୂରଣ କରିବାରେ ସହାୟକ ହେବ । ଏହି ଯୋଜନାରେ ମହିଳାଙ୍କ ଆକାଉଣ୍ଟକୁ ବର୍ଷକୁ ଦୁଇ ଥର ଦୁଇଟି କିସ୍ତିରେ ୫ ହଜାର ଲେଖାଏ ଯିବ । ୫ ବର୍ଷ ଯାଏ ମହିଳାମାନେ ଏହି ଆର୍ଥିକ ପ୍ରୋତ୍ସାହନ ରାଶି ପାଇପାରିବେ।

Leave A Reply

Your email address will not be published.