ଭୁବନେଶ୍ୱର: ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ। ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣଙ୍କୁ ହସ୍ପିଟାଲରେ ଭେଟିଛନ୍ତି ଏବଂ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।
ଅସୁସ୍ଥତା ବଶତଃ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ହସ୍ପିଟାଲରେ ଭେଟିଛନ୍ତି। ଏହି ସାକ୍ଷାତ ସମୟରେ ଶ୍ରୀ ହରିଚନ୍ଦନଙ୍କ ପୁତ୍ର ତଥା ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ।
ମୁଖ୍ୟମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନଙ୍କ ସହିତ ତାଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ଆଲୋଚନା କରିବା ସହ ସେ ଯେପରି ଶୀଘ୍ର ଆରୋଗ୍ୟ ଲାଭ କରିବେ ସେଥିପାଇଁ ଧ୍ୟାନ ଦେବାକୁ ସେମାନଙ୍କୁ ପରାମର୍ଶ ଦେଇଥିଲେ।
ପ୍ରମୁଖ ଖବର
ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ