ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ

0

ଭୁବନେଶ୍ୱର: ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ। ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣଙ୍କୁ ହସ୍ପିଟାଲରେ ଭେଟିଛନ୍ତି ଏବଂ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।
ଅସୁସ୍ଥତା ବଶତଃ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ହସ୍ପିଟାଲରେ ଭେଟିଛନ୍ତି। ଏହି ସାକ୍ଷାତ ସମୟରେ ଶ୍ରୀ ହରିଚନ୍ଦନଙ୍କ ପୁତ୍ର ତଥା ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ।
ମୁଖ୍ୟମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନଙ୍କ ସହିତ ତାଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ଆଲୋଚନା କରିବା ସହ ସେ ଯେପରି ଶୀଘ୍ର ଆରୋଗ୍ୟ ଲାଭ କରିବେ ସେଥିପାଇଁ ଧ୍ୟାନ ଦେବାକୁ ସେମାନଙ୍କୁ ପରାମର୍ଶ ଦେଇଥିଲେ।

Leave A Reply

Your email address will not be published.