ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ସୋଆ ମ୍ୟାନେଜମେଂଟ ଏବଂ ହୋଟେଲ୍ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ

0

ଭୁବନେଶ୍ୱର, ୧୮/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍‌) ଓ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌)ରେ ପାଠ୍ୟକ୍ରମ ସମାପ୍ତ କରିଥିବା ଛାତ୍ରଛାତ୍ରୀମାନଙ୍କୁ ବୁଧବାର ଉପାଧି ପ୍ରଦାନ କରାଯାଇଛି ।

ବିଶ୍ୱବିଦ୍ୟାଳୟରୁ ଅଧ୍ୟୟନ ସମାପ୍ତ କରିଥିବା ୨୦୨୧- ୨୪ ବ୍ୟାଚର ବ୍ୟାଚଲର ଅଫ୍ ବିଜିନେସ୍ ଆଡମିନିଷ୍ଟ୍ରେସନ୍ (ବିବିଏ), ୨୦୨୨- ୨୪ ବ୍ୟାଚର ଏମ୍‌ବିଏ ଇନ୍ ହସ୍ପିଟାଲିଟି ମ୍ୟାନେଜମେଂଟ ଓ ୨୦୨୨- ୨୪ ବ୍ୟାଚର ମାଷ୍ଟର ଅଫ୍ ବିଜନେସ୍ ଆଡମିନିଷ୍ଟ୍ରେସନ୍ (ଏମ୍‌ବିଏ) ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ଆୟୋଜିତ ଏହି ସ୍ୱତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଛାତ୍ରଛାତ୍ରୀମାନଙ୍କୁ ଉପାଧି ପ୍ରଦାନ କରିଥିଲେ ।

ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କୁ ଶପଥ ପାଠ କରାଇବା ସହ ପ୍ରଫେସର ନନ୍ଦ କହିଥିଲେ ଯେ ଗୋଟିଏ ଛାତ୍ରଛାତ୍ରୀର ଜୀବନରେ ଶ୍ରେଷ୍ଠ ଓ ମହତ୍ୱପୂର୍ଣ୍ଣ ଦିନ ହେଉଛି ଗ୍ର୍ରାଜୁଏସନ୍ କାର୍ଯ୍ୟକ୍ରମ । ଶୃଙ୍ଖଳା, ସମୟାନୁବର୍ତିର୍ତା ଓ ଉତମ ମନୋଭାବ ଛାତ୍ର ଜୀବନର ଅବିଚ୍ଛେଦ୍ୟ ଅଙ୍ଗ । ସେ ସେମାନଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ । ଦେଶର ଶ୍ରେଷ୍ଠ ୧୪ତମ ବିଶ୍ୱବିଦ୍ୟାଳୟରୁ ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀମାନେ ବିଶ୍ୱବିଦ୍ୟାଳୟର ମାନକୁ ଉଚ୍ଚକୁ ନେବେ ବୋଲି ସେ ଆଶା ପ୍ରକାଶ କରିଥିଲେ । ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷାନୁଷ୍ଠାନର ବ୍ରାଣ୍ଡ ଆମ୍ବାସାଡର ଭାବେ କାର୍ଯ୍ୟକରିବାକୁ ପ୍ରଫେସର ନନ୍ଦ ଆହ୍ୱାନ ଜଣାଇଥିଲେ ।

ଏହି ଅବସରରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍‌) ଡିନ୍ ପ୍ରଫେସର ଅନୁପ କୁମାର ସାମନ୍ତରାୟ ମହାବିଦ୍ୟାଳୟର ରିପୋର୍ଟ ପ୍ରଦାନ କରିବା ସହିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌)ର ଡିନ୍ ପ୍ରଫେସର ସୁଶାନ୍ତ କୁମାର ଚଇନି ମଧ୍ୟ ରିପୋର୍ଟ ପ୍ରଦାନ କରିଥିଲେ । ଏହି ଅବସରରେ ଆଇବିସିଏସ୍‌ର ସିନିୟର୍ ପ୍ରଫେସର ପି.କେ. ସ୍ୱାଇଁ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ବିଗତ ବର୍ଷରେ ବିଶ୍ୱବିଦ୍ୟାଳୟରୁ ୨୦୨୦-୨୪ ବ୍ୟାଚର ବ୍ୟାଚେଲର୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ ଆଣ୍ଡ କ୍ୟାଟରିଂ ଟେକ୍ନୋଲୋଜି (ବିଏଚ୍‌ଏମ୍‌ସିଟି) ଓ ଏମ୍‌ବିଏ ଇନ୍ ହସ୍ପିଟାଲିଟି ମ୍ୟାନେଜମେଂଟରେ ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀଙ୍କୁ ଏହି କାର୍ଯ୍ୟକ୍ରମରେ ଡିଗ୍ରୀ ପ୍ରଦାନ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ସୋଆର ଉପକୁଳପତି ପ୍ରଫେସର ଶିତିକଣ୍ଠ ମିଶ୍ର, କଂଟ୍ରୋଲର ଅଫ୍ ଏଗ୍‌ଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ, ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ଏକାଡେମିକ୍ କାଉନ୍‌ସିଲର ସଦସ୍ୟ ଓ ଫ୍ୟାକଲ୍ଟି ମେମ୍ବରମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.