ପ୍ରମୁଖ ଖବର

ବନ୍ୟା ପରିଚାଳନା ପାଇଁ ୩ ବରିଷ୍ଠ ଆଇଏଏସ ଅଧିକାରୀ ନିୟୋଜିତ
ହର୍ମୁଜ୍ ପ୍ରଣାଳୀରେ ଜାହାଜ ଚଳାଚଳ ନେଇ ଇରାନ-ଓମାନ ମଧ୍ୟରେ ସହମତି
ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି: ‘ସଦୈବ ଅଟଳ’ରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ଭାବ୍ୟ ବନ୍ୟା ପାଇଁ ଭଦ୍ରକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍

ଝାଡ଼ଖଣ୍ଡ ଛାତ୍ରଙ୍କ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ହେମନ୍ତ ସୋରେନ

0

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ପଢ଼ୁଥିବା ଝାଡ଼ଖଣ୍ଡ ଛାତ୍ରଙ୍କର ସନ୍ଦେହଜନକ ମୃତ୍ୟୁ ଘଟଣାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ଅନୁରୋଧ କରିଛନ୍ତି। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ ଟ୍ୱିଟ୍‌ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଏହାର ପୁଙ୍ଖାନୁପୁଙ୍ଖ ତଦନ୍ତ ଦାବି କରିଛନ୍ତି।

ହେମନ୍ତ ସୋରେନ ଟ୍ୱିଟ୍‌ ରେ ଉଲ୍ଲେଖ କରିଛନ୍ତି ଯେ, ରାଞ୍ଚିର ଅଭିଷେକ ରବି ଓଡ଼ିଶାର ଭୁବନେଶ୍ୱର ସ୍ଥିତ ଆଇଟିଆର କଲେଜରେ ପଢୁଥିଲେ। ସେଠାରେ ତାଙ୍କର ସନ୍ଦେହ ଜନକ ଭାବେ ମୃତ୍ୟୁ ଘଟିଛି । ଓଡ଼ିଶା ମୁଖ୍ୟମନ୍ତ୍ରୀ ଏହି ଘଟଣାର ଉଚ୍ଚ ସ୍ତରୀୟ ତଦନ୍ତ କରି ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ। ଏହା ସହ ସୋରେନ ଭଗବାନ ଅଭିଷେକଙ୍କ ଆତ୍ମାକୁ ଶାନ୍ତି ପ୍ରଦାନ କରନ୍ତୁ। ଶୋକାକୁଳ ପରିବାର ବର୍ଗକୁ ଏହି କଷ୍ଟ ସମୟରେ ଭଗବାନ ଧର୍ଯ୍ୟ ଦିଅନ୍ତୁ ଏହି ଖରାପ ସମୟରେ ସହାୟ ହୁଅନ୍ତୁ ବୋଲି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି।

ସୂଚନାଯୋଗ୍ୟ, ଗତ ୧୦ ତାରିଖରେ ଜାଗମରା ସ୍ଥିତ ଘରୋଇ କଲେଜରେ ନାଁ ଲେଖାଇଥିଲେ ଝାଡ଼ଖଣ୍ଡର ଛାତ୍ର ଅଭିଷେକ ରବି । ନାମଲେଖାର ମାତ୍ର ୩ ଦିନ ପରେ ଛାତ୍ରଙ୍କ ର ସନ୍ଦେହଜନକ ମୃତ୍ୟୁ ହୋଇଥିଲା। ପ୍ରଥମ ବର୍ଷର ଛାତ୍ର ରବିଙ୍କୁ ସେପ୍ଟେମ୍ବର ୧୩ ରେ କଲେଜ ହଷ୍ଟେଲରେ ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ପରେ ତାଙ୍କୁ ଡାକ୍ତରଖାନାରେ ମୃତ ଘୋଷଣା କରାଯାଇଥିଲା। ତେବେ ରାଞ୍ଚିରୁ ଆସିଥିବା ଛାତ୍ରଙ୍କ ପରିବାର ସଦସ୍ୟ ତାଙ୍କ ମୃତ୍ୟୁ ପଛରେ ରାଗିଂ ମୁଖ୍ୟ କାରଣ ବୋଲି ଅଭିଯୋଗ କରିଛନ୍ତି।

Leave A Reply

Your email address will not be published.